ବାଲିଗୁଡାରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଶନିବାର ବିଚାର ବିଭାଗୀୟ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ବିଚାର ବିଭାଗୀୟ ଅଦାଲତରେ ଆଇନ ସେବା ସମିତିର ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ଶୁଭଶ୍ରୀ ତ୍ରିପାଠୀ ଏହି ରାଷ୍ଟ୍ରୀୟ ଲୋକ ଅଦାଲତକୁ ଉଦଘାଟନ କରିବା ସହ ନିଜ ଅଦାଲତ ପରିଚାଳନା କରିଥିଲେ। ଏଡିଜେ ନିଜ ଅଦାଲତରେ ୨ଟି ମାମଲା ଫଇସଲା କରି ମୋଟ ୮ ଲକ୍ଷ ଟଙ୍କା ଆଦାୟ କରାଯାଇଥିଲା । ସେହିପରି ସିଭିଲ ଜଜ ଅପୂର୍ଵ ରାୟ j(ସିନିୟର ଡିଭିଜନ) ର ନିଜ ଅଦାଲତରେ ୧ଟି ମାମଲା, ଏସଡିଜେଏମ ମହମ୍ମଦ ସାହାଫେଜଲ ନିଜ ଅଦାଲତରେ ୧୯ଟି ମାମଲା ବିଚାର କରି ଫଇସଲା କରିଥିଲେ । ଏଥିରେ ବାଲିଗୁଡା ଓକିଲ ସଂଘର ସମସ୍ତ ସଦସ୍ୟ ଏବଂ ଅଦାଲତ କର୍ମଚାରୀମାନେ ଉପସ୍ଥିତ ରହି ପରିଚାଳନାରେ ସହାୟତା କରିଥିଲେ।

  • Related Posts

    ବିଜେପିରେ ଯୋଗ ଦେଲେ ବିଜେଡି ଜିଲ୍ଲା ଉପ ସଭାପତି।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ବିଜେପି କାର୍ଯ୍ୟାଳୟ ପରିସରରେ ଆଜି ବିଜେପି ଜିଲ୍ଲା ସଭାପତି ନିମାଇଁ ଚରଣ ପାଲଙ୍କ ନେତୃତ୍ୱରେ ବୁଥ ସ୍ତରୀୟ ନିର୍ବାଚନ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ରାଜ୍ୟରୁ ଆସିଥିବା ଜିଲ୍ଲା ପର୍ଯ୍ୟବେକ୍ଷକ ଅଜୟ କୁମାର ସ୍ୱାଇଁ,…

    ମୋବାଇଲ , ସାଇକେଲ ଚୋରି ମାମଲାରେ ୪ ନାବାଳକଙ୍କ ସମେତ ୮ ଗିରଫ ; ୧୮ ମୋବାଇଲ,୨ ସାଇକେଲ ଜବତ।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ଓର୍କେଲ ପୋଲିସକୁ ଏକ ବଡ ସଫାଳତା। ୪ ନାବାଳକ ସମେତ ମୋଟ ୮ ଜଣ ଚତୁର ଚୋରଙ୍କୁ ଗିରଫ କରିଛି ଓର୍କେଲ ପୁଲିସ। ଲୋକଙ୍କ ଆଖିରେ ଧୁଳି ଦେଇ କରୁଥିଲେ ଚୋରି ଗୃହ ଉପକରଣ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ।…

    Leave a Reply

    Your email address will not be published. Required fields are marked *

    You cannot copy content of this page