ବିଳମ୍ବିତ ରାତିରେ କାର୍ ଦୁର୍ଘଟଣା ଗ୍ରସ୍ତ : ରାସ୍ତା କଡ଼ରେ ଥିବା କାରକୁ ପଛପଟୁ ପିଟିଲା କାର୍, ଦୁଇ ଗୁରୁତର।

ବାଲିଗୁଡ଼ା(ସଞ୍ଜୟ କୁମାର ପାଣିଗ୍ରାହୀ)ଭାରସାମ୍ୟ ହରାଇ ରବିବାର ବିଳମ୍ବିତ ରାତିରେ କାର୍ ଦୁର୍ଘଟଣା ଗ୍ରସ୍ତ । ୫୯ ନଂ ଜାତୀୟ ରାଜପଥ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ହନୁମାନ ମନ୍ଦିର ନିକଟରେ କାର୍ ଦୁର୍ଘଟଣା ଘଟିଥିବା ଦେଖିବାକୁ ମିଳିଛି । ମରାମତି ପାଇଁ ରାସ୍ତା କଡ଼ରେ ଠିଆ ହୋଇଥିବା ଏକ କାରକୁ ପଛପଟୁ ପିଟିଲା ଆଉ ଏକ ଚଳନ୍ତା କାର୍ । ଦୁର୍ଘଟଣାରେ ଚଳନ୍ତା କାରରେ ଥିବା ତିନିଜଣ ଯାତ୍ରୀଙ୍କ ମଧ୍ୟରୁ ଦୁଇ ଜଣ ଯାତ୍ରୀ ଗୁରୁତର ଆହାତ ହୋଇଥିବା ବେଳେ ଜଣେ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡ଼ିଛି । ସ୍ଥାନୀୟ ଲୋକଙ୍କ ସହଯୋଗରେ ଉଭୟଙ୍କୁ ପ୍ରଥମେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଆହତ ଦୁଇଜଣ ବାଲିଗୁଡ଼ାର ସ୍ବରାଜ ପ୍ରିତମ ପାଢ଼ୀ(ଗୁଡୁ) ଓ ରିକି ହୋଇଥିବା ବେଳେ ରିକି ନାମକ ଯୁବକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ତାଙ୍କୁ ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିବା ଜଣାପଡ଼ିଛି ।

  • Related Posts

    ବିଜେପିରେ ଯୋଗ ଦେଲେ ବିଜେଡି ଜିଲ୍ଲା ଉପ ସଭାପତି।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ବିଜେପି କାର୍ଯ୍ୟାଳୟ ପରିସରରେ ଆଜି ବିଜେପି ଜିଲ୍ଲା ସଭାପତି ନିମାଇଁ ଚରଣ ପାଲଙ୍କ ନେତୃତ୍ୱରେ ବୁଥ ସ୍ତରୀୟ ନିର୍ବାଚନ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ରାଜ୍ୟରୁ ଆସିଥିବା ଜିଲ୍ଲା ପର୍ଯ୍ୟବେକ୍ଷକ ଅଜୟ କୁମାର ସ୍ୱାଇଁ,…

    ମୋବାଇଲ , ସାଇକେଲ ଚୋରି ମାମଲାରେ ୪ ନାବାଳକଙ୍କ ସମେତ ୮ ଗିରଫ ; ୧୮ ମୋବାଇଲ,୨ ସାଇକେଲ ଜବତ।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ଓର୍କେଲ ପୋଲିସକୁ ଏକ ବଡ ସଫାଳତା। ୪ ନାବାଳକ ସମେତ ମୋଟ ୮ ଜଣ ଚତୁର ଚୋରଙ୍କୁ ଗିରଫ କରିଛି ଓର୍କେଲ ପୁଲିସ। ଲୋକଙ୍କ ଆଖିରେ ଧୁଳି ଦେଇ କରୁଥିଲେ ଚୋରି ଗୃହ ଉପକରଣ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ।…

    Leave a Reply

    Your email address will not be published. Required fields are marked *

    You cannot copy content of this page