ଜିଲ୍ଲାରେ ସୁଭଦ୍ରା ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ।

ମାଲକାନଗିରି(କ୍ରୋନିକ ଓଡ଼ିଶା(ମାଲକାନଗିରି ଜିଲ୍ଲାରେ ସୁଭଦ୍ରା ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ପଡିଆରେ ଆୟୋଜିତ ଜିଲ୍ଲାସ୍ତରୀୟ ତଥା ବ୍ଳକ ସ୍ତରୀୟ ମେଗା ସୁଭଦ୍ରା ଯୋଜନାରେ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଜିଲ୍ଲା ପରିଷଦ ଅଧ୍ୟକ୍ଷା, ସମାରୀ ତାଙ୍ଗୁଲ, ପଞ୍ଚାୟତ ସମିତି ଅଧ୍ୟକ୍ଷା, ଗୌରୀ ପଡ଼ିଆମି, ପୌର ପରିଷଦ ଅଧ୍ୟକ୍ଷ, ମନୋଜ ବାରିକ, ପୌର ପରିଷଦ ଉପାଧ୍ୟକ୍ଷା, ମମତା ମହନ୍ତ, ଜିଲ୍ଲାପାଳ, ଆଶିଷ ଈଶ୍ୱର ପାଟିଲ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ ସୋମନାଥ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ନରେଶ ଚନ୍ଦ୍ର ଶବର ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ପ୍ରଭାତୀ ଝୋଡିଆ ମଞ୍ଚାସୀନ ଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱର ଜନତା ମୈଦାନ ଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଛନ୍ତି। ସେପ୍ଟେମ୍ବର ୧୫ ସୁଦ୍ଧା ପଞ୍ଜୀକରଣ କରିଥିବା ଯୋଗ୍ୟ ହିତାଧୀକାରୀ ଆଜି ଏହି ଯୋଜନାରେ ପ୍ରଥମ କିସ୍ତିରେ ୫୦୦୦ ଟଙ୍କା ନିଜ ବ୍ୟାଙ୍କ ଆକାଉଣ୍ଟରେ ପାଇଛନ୍ତି । ରାଜ୍ୟ ସରକାରଙ୍କ ଏହି ଯୁଗାନ୍ତକାରୀ ପଦକ୍ଷେପ ମହିଳା ମାନଙ୍କୁ ସଶକ୍ତ କରିବା ସହ ଆତ୍ମ୍ ନିର୍ଭରଶୀଳ କରିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଛନ୍ତି। ଏହି ଅବସରରେ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି ଓ ସାମୁହିକ ଭାବେ ନିଜର ପରିବେଶକୁ ସ୍ୱଚ୍ଛ ରଖିବା ପାଇଁ ସ୍ବଚ୍ଛତା ଶପଥ ପାଠ କରାଯାଇଅଛି। ଅନୁରୂପ ଭାବେ ଆଜି ଅନ୍ୟାନ୍ୟ ବ୍ଲକରେ ମଧ୍ୟ ଏହି ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଆଜି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧୀକାରୀଙ୍କ ଗୃହ ପ୍ରବେଶ ନିମନ୍ତେ ଚାବି ପ୍ରଦାନ କରାଯାଇଛି। ସେହିପରି ଦୁଇ ଜଣ ସଫଳ ଏସଏଚଜି ମାଆ ସେମାନଙ୍କର ସଫଳତାର କାହାଣୀ ଉପସ୍ଥାପନ କରିଥିଲେ। ବିଭିନ୍ନ ସାଂସ୍କୃତିକ ଦଳ ଏହି ଅବସରରେ ପାରମ୍ପରିକ ନୃତ୍ୟ ପରିବେଷଣ କରିଥିଲେ। ପ୍ରତି ବ୍ଲକ୍ରେ ପ୍ରାୟ ୩୦୦୦ ମାଆମାନେ ସାମିଲ ହୋଇଥିଲେ। ଶେଷରେ ବିଡ଼ିଓ ଧନ୍ୟବାଦ ଅର୍ପଣ କରିଥିଲେ।

  • Related Posts

    ସାହସିକତାର ଏକ ଉଦାହରଣ: କାରେଗୁଟ୍ଟା ଅପରେସନରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସାଗର ବୋରାଡେ ହରାଇଲେ ବାମ ଗୋଡ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)କାରେଗୁଟ୍ଟା ଅପରେସନ୍ ମଧ୍ୟରେ ଯେତେବେଳେ ଜଣେ ସାଥି ଯବାନ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଗୁରୁତର ଆହତ ହୋଇଥିଲେ ସେତେବେଳେ ସାଗର ବୋରାଡେ କମାଣ୍ଡାଣ୍ଟଙ୍କ ନିର୍ଦ୍ଦେଶକୁ ଖାତିର ନକରି ଆହତ ଯବାନଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ ଚେଷ୍ଟା କରୁଥିବା ସମୟରେ ଆଉ…

    ନକ୍ସଲପନ୍ଥିଙ୍କ ଶ୍ମଶାନ ପାଲଟିଲା କରେଗୁଟ୍ଟା ପାହାଡ – ଯବାନଙ୍କ ଜୋରଦାର ଆକ୍ରମଣ ; ୨୦ ରୁ ଉର୍ଦ୍ଧ୍ୱ ନକ୍ସଲ ନିପାତ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ଜିଲ୍ଲା ଏବଂ ତେଲେଙ୍ଗାନା ସୀମାବର୍ତ୍ତି କରେଗୁଟ୍ଟା ପାହାଡ଼ରେ ଚାଲିଥିବା ବୃହତ୍ତର ନକ୍ସଲ ଅପରେସନର ୧୬ତମ ଦିନରେ ସୁରକ୍ଷା ବାହିନୀ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ସଫଳତା ହାସଲ କରିଛି। ବୁଧବାର ସକାଳେ ହୋଇଥିବା…

    Leave a Reply

    Your email address will not be published. Required fields are marked *

    You cannot copy content of this page