ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ଜୋରିମାନା।

କନ୍ଧମାଳ(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲାର ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ର ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ଏକ ୯ବର୍ଷିଆ ନାବାଳିକା ଦୁଷ୍କର୍ମ ମାମଲାରେ ୧୫ଜଣ ସାକ୍ଷୀ, ଡାକ୍ତରୀ ରିପୋର୍ଟ୍ ଆଧାରରେ ବିଚାର କରି ଧନୁ ନାୟକ ୬୧ବର୍ଷ, ପିତା ସ୍ବର୍ଗତ ସଦା ନାୟକ ଗ୍ରାମ କନାଡି, ରାଇକିଆ, କନ୍ଧମାଳ ଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ସଶ୍ରମ କାରାଦଣ୍ଡ ସହ ଟ୧୫,୦୦୦ଙ୍କା ଜୋରିମାନା ଆଦେଶ ଦେଇଛନ୍ତି। ଜୋରିମାନା ଅନାଦେୟ ଆଉ ଅଧୂକ ୩ବର୍ଷ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ସରକାରଙ୍କ ତରଫରୁ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ର ସ୍ବତନ୍ତ୍ର ପି.ପି. ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ । ସୁଚନା ଅନୁସାରେ ଗତ ତା, ୦୮.୦୩.୨୦୨୧ ରିଖ ଦିନ ବାପା ଓ ମା ଇଟା କାମ କରିବାକୁ ଯାଇଥିଲେ ଏବଂ ପିଡୀତା ଏକୁଟିଆ ଘରେ ଥ‌ିବାର ସୁଯୋଗ ନେଇ ଅଭିଯୁକ୍ତ ପିଡୀତା କୁ ଘର ଭିତରକୁ ଟେକି ନେଇ ଦୁଷ୍କର୍ମ କରିଥିଲା । ପିଡୀତା ର ମାଆ କାମରୁ ଘରକୁ ଫେରି କବାଟ ବାଡେଇ, ଜୋର୍ ରେ ଧକ୍କା ଦେଇ ଠେଲି ପଶି ଦେଖେଲା ଯେ ଅଭିଯୁକ୍ତ ପିଡୀତା କୁ ଦୁଷ୍କର୍ମ କରୁଥିଲା, ଫଳରେ ପିଡୀତା ର ଚେତା ବୁଡିଯାଇଥିଲା। ଅଭିଯୁକ୍ତ ପିଡୀତା ର ମାଆ କୁ ଠେଲିଦେଇ ଗାଲରେ ଚାପୁଡ଼ା ମାରି ଲୁଙ୍ଗି ଧରି ପଳାଇ ଯାଇଥିଲା । ଅଭିଯୁକ୍ତ ର ପୁଅ ଏକଥା କାହାକୁ କହିଲେ କିମ୍ବା ଥାନାରେ ଲିଖିତ ଅଭିଯୋଗ କଲେ ଜୀବନରେ ମାରିଦେବି ବୋଲି ଧମକ ଦେଇଥିଲା। ପିଡୀତା ର ମାଆ ରାଇକିଆ ଥାନା ରେ ଲିଖିତ ଅଭିଯୋଗ କରିଥିଲେ। ଥାନାଧିକାରୀ ତରଣ ତପନ ବେହେରା ଥାନା କେଶ୍ ନମ୍ବର୍ -୩୦/ତା ୦୯.୦୩.୨୦୨୧ ରିଖ ରେ ରେଜିଷ୍ଟ୍ରେସନ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ରେ ହାଜର କରାଇଥିଲେ । ପୋକ୍ସ କୋର୍ଟ ର ବିଚାରପତି ଉକ୍ତ ରାୟ ଆଜି ଶୁଣାଇ ଛନ୍ତି ଏବଂ ପିଡୀତା କୁ କ୍ଷତିପୂରଣ ଅର୍ଥ ପାଞ୍ଚ ଲକ୍ଷ ଟଙ୍କା ପ୍ରଦାନ କରିବା ପାଇଁ ଜିଲ୍ଲା ଲିଗାଲ୍ ଏଡ୍ କର୍ତ୍ତୃପକ୍ଷ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

  • Related Posts

    ସାହସିକତାର ଏକ ଉଦାହରଣ: କାରେଗୁଟ୍ଟା ଅପରେସନରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସାଗର ବୋରାଡେ ହରାଇଲେ ବାମ ଗୋଡ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)କାରେଗୁଟ୍ଟା ଅପରେସନ୍ ମଧ୍ୟରେ ଯେତେବେଳେ ଜଣେ ସାଥି ଯବାନ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଗୁରୁତର ଆହତ ହୋଇଥିଲେ ସେତେବେଳେ ସାଗର ବୋରାଡେ କମାଣ୍ଡାଣ୍ଟଙ୍କ ନିର୍ଦ୍ଦେଶକୁ ଖାତିର ନକରି ଆହତ ଯବାନଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ ଚେଷ୍ଟା କରୁଥିବା ସମୟରେ ଆଉ…

    ନକ୍ସଲପନ୍ଥିଙ୍କ ଶ୍ମଶାନ ପାଲଟିଲା କରେଗୁଟ୍ଟା ପାହାଡ – ଯବାନଙ୍କ ଜୋରଦାର ଆକ୍ରମଣ ; ୨୦ ରୁ ଉର୍ଦ୍ଧ୍ୱ ନକ୍ସଲ ନିପାତ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ଜିଲ୍ଲା ଏବଂ ତେଲେଙ୍ଗାନା ସୀମାବର୍ତ୍ତି କରେଗୁଟ୍ଟା ପାହାଡ଼ରେ ଚାଲିଥିବା ବୃହତ୍ତର ନକ୍ସଲ ଅପରେସନର ୧୬ତମ ଦିନରେ ସୁରକ୍ଷା ବାହିନୀ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ସଫଳତା ହାସଲ କରିଛି। ବୁଧବାର ସକାଳେ ହୋଇଥିବା…

    Leave a Reply

    Your email address will not be published. Required fields are marked *

    You cannot copy content of this page