
ମାଲକାନଗିରି(କ୍ରୋନିକ ଓଡ଼ିଶା) ମାଲକାନଗିରି ଜିଲ୍ଲା ସୀମାନ୍ତ ଆନ୍ଧ୍ର ପ୍ରଦେଶର ଏକ ଜଳ ପ୍ରପାତରେ ବୁଡି ୨ ଜଣ ଡାକ୍ତରୀ ଛାତ୍ରି ମୃତ ଓ ଜଣେ ଡାକ୍ତରୀ ଛାତ୍ର ନିଖୋଜ। ମାଲକାନଗିରି ଜିଲ୍ଲାର ମୋଟୁ ଠାରୁ ପ୍ରାୟ ୪୦ କିମି ଦୂରରେ ଥିବା ଆନ୍ଧ୍ରପ୍ରଦେଶର ଆଲୁରି ଜିଲ୍ଲାର ଜଳ ତରଙ୍ଗିନୀ ନାମକ ଜଳପ୍ରପାତକୁ ୧୩ ଜଣ ଡାକ୍ତରୀ ଛାତ୍ର ବୁଲିବାକୁ ଯାଇଥିଲେ । ତେବେ ଜଳ ପ୍ରପାତ ନିକଟରେ ସମସ୍ତେ ବସିଥିବା ବେଳେ ହଟାତ ପ୍ରଖର ସ୍ରୋତ ଆସିବାରୁ ୪ ଜଣ ଛାତ୍ରୀ ଓ ଜଣେ ଛାତ୍ର ପାଣି ମଧ୍ୟରେ ଭାସି ଯାଇଥିଲେ । ସେଠାରୁ ଜଣେ ଛାତ୍ର ଓ ଜଣେ ଛାତ୍ରୀଙ୍କୁ ଉଦ୍ଧାର କରଯାଇଥିଲା ଏବଂ ଅନ୍ୟ ୩ ଜଣ ଛାତ୍ରୀ ପାଣି ମଧ୍ୟରେ ଭାସି ଯାଇଥିଲେ । ଉଦ୍ଧାର ହୋଇଥିବା ୨ ଜଣଙ୍କୁ ରାଜମହେନ୍ଦ୍ରୀ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଯାହାଙ୍କ ମଧ୍ୟରୁ ଜଣକ ଅବସ୍ଥା ଗୁରୁତର ଥିବା ଜଣାପଡିଛି । ଅନ୍ୟପଟେ ପାଣିରେ ଭାସି ଯାଇଥିବା ୩ ଜଣଙ୍କ ମଧ୍ୟରୁ ଜଣେ ନିଖୋଜ ଥିବା ବେଳେ ଅନ୍ୟ ୨ ଜଣ ଛାତ୍ରୀଙ୍କ ମୃତ ଦେହ ଉଦ୍ଧାର ହୋଇଛି । ତେବେ ଗତକାଲି ସନ୍ଧ୍ୟାରେ ଏହି ଘଟଣା ଘଟିଥିବା ବେଳେ ରାତି ହେବାରୁ ଉଦ୍ଧାର କାର୍ଯ୍ୟ ବନ୍ଦ ରହିଥିଲା । ଆଜି ସକାଳୁ ନିଖୋଜ ଛାତ୍ରୀଙ୍କ ତଲାସୀ ଅଭିଯାନ ଆରମ୍ଭ ହୋଇଥିବା ଜଣାପଡିଛି । ଏହି ଛାତ୍ର ଛାତ୍ରୀ ମାନେ ଏଲୁର ମେଡିକାଲ କଲଜେର ଛାତ୍ରଛାତ୍ରୀ ବୋଲି ଜଣାପଡିଛି ।