ଦ୍ୱିତୀୟ ବର୍ଷ ଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ):ଗଣେଷ ପୂଜା ଠାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି । ଏଥିପାଇଁ ସମଗ୍ର କନ୍ଧମାଳ ଜିଲା ଧୀରେ ଧୀରେ ଉତ୍ସବ ମୁଖର ହେବାରେ ଲାଗିଛି। ଦଶହରା ଓ ଲକ୍ଷ୍ମୀପୂଜା ନିମନ୍ତେ ବିଭିନ୍ନ ସ୍ଥାନରେ ଶୁଭଖୁଣ୍ଟି ସ୍ଥାପନ କରି ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ମଙ୍ଗଳବାର ଦିନ ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ପଞ୍ଚାୟତ ତୁଡୁକିବାଡି ଗ୍ରାମରେ ଦ୍ୱିତୀୟ ବର୍ଷ ଲକ୍ଷ୍ମୀପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି l ଏଥିପାଇଁ ଗ୍ରାମ ଦେବତା ମା’ ପଟ୍ଟାଖଣ୍ଡାଙ୍କ ସମେତ ସମସ୍ତ ଦେବୀଦେବତାଙ୍କୁ ପୂଜାର୍ଚ୍ଚନା କରାଯାଇ ଶୁଭଖୁଣ୍ଟି ସ୍ଥାପନ କରାଯାଇଛି। ପ୍ରଭଞ୍ଜନ ନାୟକଙ୍କ ଆବାହନ କ୍ରମେ କମିଟିର ସଭାପତି ଝପର ନାୟକ, ମ୍ୟାନେଜର ବରୁଣ ଦଳବେହେରା, ମହେଶ୍ୱର ମଲିକ, ଅସିତ ମଲିକ, ଅନିଲ ମଲିକ,ଅଜୟ ମଲିକ, ସୁନୀଲ ପ୍ରଧାନ, ଶକ୍ତି ମଲିକ, ଶଙ୍କର ମାଳ ବିଶୋଇ, ସିଲନ ଦଳବେହେରା, ବରନିଧି ମଲିକ, ମୁନା ନାୟକ,ଗୋବିନ୍ଦ ଦିଗାଲଙ୍କ ସମେତ ଗ୍ରାମର ମହିଳା ଓ ପୁରୁଷ ଶ୍ରଦ୍ଧାଳୁ ମାନେ ଉପସ୍ଥିତ ରହି ଯଥାରିତି ନୀତି ଅନୁଯାଇ ପୂଜାର୍ଚ୍ଚନା କରାଯାଇ ପରିଚାଳନାରେ ସହଯୋଗ କରିଥିଲେ ।

  • Related Posts

    ବିଜେପିରେ ଯୋଗ ଦେଲେ ବିଜେଡି ଜିଲ୍ଲା ଉପ ସଭାପତି।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ବିଜେପି କାର୍ଯ୍ୟାଳୟ ପରିସରରେ ଆଜି ବିଜେପି ଜିଲ୍ଲା ସଭାପତି ନିମାଇଁ ଚରଣ ପାଲଙ୍କ ନେତୃତ୍ୱରେ ବୁଥ ସ୍ତରୀୟ ନିର୍ବାଚନ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ରାଜ୍ୟରୁ ଆସିଥିବା ଜିଲ୍ଲା ପର୍ଯ୍ୟବେକ୍ଷକ ଅଜୟ କୁମାର ସ୍ୱାଇଁ,…

    ମୋବାଇଲ , ସାଇକେଲ ଚୋରି ମାମଲାରେ ୪ ନାବାଳକଙ୍କ ସମେତ ୮ ଗିରଫ ; ୧୮ ମୋବାଇଲ,୨ ସାଇକେଲ ଜବତ।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ଓର୍କେଲ ପୋଲିସକୁ ଏକ ବଡ ସଫାଳତା। ୪ ନାବାଳକ ସମେତ ମୋଟ ୮ ଜଣ ଚତୁର ଚୋରଙ୍କୁ ଗିରଫ କରିଛି ଓର୍କେଲ ପୁଲିସ। ଲୋକଙ୍କ ଆଖିରେ ଧୁଳି ଦେଇ କରୁଥିଲେ ଚୋରି ଗୃହ ଉପକରଣ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ।…

    Leave a Reply

    Your email address will not be published. Required fields are marked *

    You cannot copy content of this page