ଅସଦାଚରଣ ଓ ଆକ୍ରମଣ ମାମଲାରେ ୨ ଅଭିଯୁକ୍ତଙ୍କୁ ୭ବର୍ଷ ଜେଲ ଦଣ୍ଡାଦେଶ।

କନ୍ଧମାଳ(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲା ଫୁଲବାଣୀ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ବିଚାରପତି କୈଳାସ ଚନ୍ଦ୍ର ସ୍ବାଇଁ ଏକ ଅସଦାଚରଣ, ଆକ୍ରମଣ ଏବଂ ଚୋରି ମାମଲାର ବିଚାର କରି ୨ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହିତ ୭ ବର୍ଷ ଲେଖାଏ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଅଭିଯୁକ୍ତ ଦ୍ଵୟ ହେଲେ ଫୁଲବାଣୀ ଟାଉନଥାନା ଅନ୍ତର୍ଗତ ଫୁଲବାଣୀ ସାହିର ସୁଜିତ୍ କୁମାର ମହାନ୍ତି (୩୪) ଏବଂ ରାଜୀବ ରଣା (୨୪)। ଏହା ସହିତ ସେମାନଙ୍କୁ ୧୪,୫୦୦ ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଆଉ ଅଧିକ ୨ବର୍ଷ ୧୦ମାସ ୭ଦିନ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି କୋର୍ଟ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି। ମାମଲା ବିବରଣୀରୁ ପ୍ରକାଶ ଯେ, ତିନି ନାବାଳକ /ନାବାଳିକା ଭାଇ ଭଉଣୀ ଭଡ଼ା ଘରେ ଶୋଇଥିବାବେଳେ ଅଭିଯୁକ୍ତ ମାନେ ବିଭିନ୍ନ ମାରଣାସ୍ତ୍ର ଧରି ବିଳମ୍ବିତ ରାତ୍ରରେ କବାଟ ବାଡେଇ, ଝରକା ଭାଙ୍ଗି ଗୃହ ଭିତରେ ପ୍ରବେଶ କରି ସେମାନଙ୍କୁ ଅସଦାଚରଣ କରିବା ସହ ମାଡ଼ ମାରିଥିଲେ। ସେମାନଙ୍କ କଥାରେ ରାଜି ନ ହେଲେ ଏସିଡ୍ ପକେଇ ଜୀବନରେ ମାରିଦେବୁ ବୋଲି ଧମକ ଦେଇଥିଲେ। ଏହି ସମୟରେ ଚତୁରତାର ସହିତ ଜଣେ ପୀଡ଼ିତା ଚାଇଲ୍ଡ ହେଲ୍ପ ଲାଇନ ୧୦୮୯କୁ ସାହାଯ୍ୟ ପାଇଁ ଫୋନ୍ କରିଥିଲେ। କିଛି ସମୟ ମଧ୍ୟରେ ଚାଇଲ୍ଡ ହେଲ୍ପଲାଇନ ସଦସ୍ୟ ଏବଂ ପୁଲିସ ଆସି ପହଞ୍ଚି ଯାଇଥିଲେ। ପୀଡ଼ିତା ଫୁଲବାଣୀ ଥାନାରେ ଲିଖିତ ଅଭିଯୋଗ କରିବା ପରେ ଏକ ମାମଲା ରୁଜୁ ହୋଇଥିଲା। ପୁଲିସ ଅଭିଯୁକ୍ତ ମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସରକାରଙ୍କ ତରଫରୁ ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ର ସ୍ଵତନ୍ତ୍ର ସରକାରୀ ଓକିଲ ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ।

  • Related Posts

    ସାହସିକତାର ଏକ ଉଦାହରଣ: କାରେଗୁଟ୍ଟା ଅପରେସନରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସାଗର ବୋରାଡେ ହରାଇଲେ ବାମ ଗୋଡ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)କାରେଗୁଟ୍ଟା ଅପରେସନ୍ ମଧ୍ୟରେ ଯେତେବେଳେ ଜଣେ ସାଥି ଯବାନ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଗୁରୁତର ଆହତ ହୋଇଥିଲେ ସେତେବେଳେ ସାଗର ବୋରାଡେ କମାଣ୍ଡାଣ୍ଟଙ୍କ ନିର୍ଦ୍ଦେଶକୁ ଖାତିର ନକରି ଆହତ ଯବାନଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ ଚେଷ୍ଟା କରୁଥିବା ସମୟରେ ଆଉ…

    ନକ୍ସଲପନ୍ଥିଙ୍କ ଶ୍ମଶାନ ପାଲଟିଲା କରେଗୁଟ୍ଟା ପାହାଡ – ଯବାନଙ୍କ ଜୋରଦାର ଆକ୍ରମଣ ; ୨୦ ରୁ ଉର୍ଦ୍ଧ୍ୱ ନକ୍ସଲ ନିପାତ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ଜିଲ୍ଲା ଏବଂ ତେଲେଙ୍ଗାନା ସୀମାବର୍ତ୍ତି କରେଗୁଟ୍ଟା ପାହାଡ଼ରେ ଚାଲିଥିବା ବୃହତ୍ତର ନକ୍ସଲ ଅପରେସନର ୧୬ତମ ଦିନରେ ସୁରକ୍ଷା ବାହିନୀ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ସଫଳତା ହାସଲ କରିଛି। ବୁଧବାର ସକାଳେ ହୋଇଥିବା…

    Leave a Reply

    Your email address will not be published. Required fields are marked *

    You cannot copy content of this page