ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ବାଗତ ସମ୍ବର୍ଦ୍ଧନା।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ମହାବିଦ୍ୟାଳୟର ଇଂରାଜୀ ବିଭାଗର ୧ମ ବର୍ଷର ଛାତ୍ରଛାତ୍ରୀମାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି।ଏହି ସଭାକୁ ବିଭାଗୀୟ ମୁଖ୍ୟ ଉମେଶ ଚନ୍ଦ୍ର ରାଉତ ପରିଚାଳନା କରିଥିବା ବେଳେ, ମୁଖ୍ୟ ଅତିଥି ରୂପେ ଅଧ୍ୟକ୍ଷ ଲିଙ୍ଗରାଜ ମିଶ୍ର ଯୋଗଦାନ କରି ଛାତ୍ରଛାତ୍ରୀଙ୍କୁ ଭଲ ପାଠପଢି ଇଂରାଜୀ ବିଭାଗର ସମ୍ମାନକୁ ଉଚ୍ଚକୋଟୀର କରିବା ପାଇଁ ପରାମର୍ଶ ଦେଇଥିଲେ।ସ୍ୱତନ୍ତ୍ର ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ ଯୋଗଦାନ କରି ଇଂରାଜୀ ଭାଷା ଏକ ଅନ୍ତର୍ଜାତିକ ଭାଷା ହେଇଥିବାରୁ ଏହି ଭାଷାକୁ ହୃଦୟଙ୍ଗମ କରି ଦେଶ ବିଦେଶରେ ଉଚ୍ଚ ପଦପଦବୀରେ ରହିବା ପାଇଁ ପରାମର୍ଶ ଦେଇଥିଲେ।ମୁଖ୍ୟବକ୍ତା ଅଶୋକ କୁମାର ଷଡ଼ଙ୍ଗୀ ବରିଷ୍ଠ ପ୍ରଧ୍ୟାପକ ଯୋଗଦାନ କରି ଇଂରାଜୀ ଭାଷା ଏକ ରାଜକୀୟ ଭାଷା, ଛାତ୍ରଛାତ୍ରୀମାନେ ସମ୍ମାନ ପଢି ସୁପ୍ରତିଷ୍ଠିତ ହେବା ପାଇଁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ରୂପେ ବାଣିଜ୍ୟ ବିଭାଗ ମୁଖ୍ୟ ଡକ୍ଟର ରଞ୍ଜନ କୁମାର ସ୍ବାଇଁ ଛାତ୍ରଛାତ୍ରୀମାନେ ନୈତିକତା ସହିତ, ସମୟାନୁବର୍ତ୍ତିତା ହେବା ପାଇଁ ଉଦବୋଧନ ଦେଇଥିଲେ। ଅଧ୍ୟାପକ ସୁଶାନ୍ତ ମାଝୀ, ଦଶରଥ ସନ୍ଧି ଅତିଥି ପରିଚୟ ସହ ଧନ୍ୟବାଦ ଅର୍ପଣ କରିଥିଲେ।ପ୍ରଥମେ ବିଘ୍ନ ବିନାଶକଙ୍କ ପ୍ରତିମୂର୍ତ୍ତିରେ ଅତିଥିଙ୍କ ଦ୍ୱାରା ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।ପ୍ରଥମେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସ୍ବାଗତ ସଂଗୀତ ଗାନ କରାଯାଇଥିଲା। ଅତିଥି ମାନଙ୍କୁ ଉତ୍ତରୀୟ ପ୍ରଦାନ କରି ସମ୍ବର୍ଦ୍ଧନା କରିଥିଲେ। ଛାତ୍ରଛାତ୍ରୀମାନଙ୍କୁ କଲମ ଉପହାର ଦେଇ ସ୍ବାଗତ କରାଯାଇଥିଲା।ସଂଗୀତା ଆଲାଙ୍ଗ, ମେଘା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମରେ ୮୦ ଜଣ ଛାତ୍ରଛାତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ରଙ୍ଗାରଙ୍ଗ କରିଥିଲେ।

  • Related Posts

    ବିଜେପିରେ ଯୋଗ ଦେଲେ ବିଜେଡି ଜିଲ୍ଲା ଉପ ସଭାପତି।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ବିଜେପି କାର୍ଯ୍ୟାଳୟ ପରିସରରେ ଆଜି ବିଜେପି ଜିଲ୍ଲା ସଭାପତି ନିମାଇଁ ଚରଣ ପାଲଙ୍କ ନେତୃତ୍ୱରେ ବୁଥ ସ୍ତରୀୟ ନିର୍ବାଚନ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ରାଜ୍ୟରୁ ଆସିଥିବା ଜିଲ୍ଲା ପର୍ଯ୍ୟବେକ୍ଷକ ଅଜୟ କୁମାର ସ୍ୱାଇଁ,…

    ମୋବାଇଲ , ସାଇକେଲ ଚୋରି ମାମଲାରେ ୪ ନାବାଳକଙ୍କ ସମେତ ୮ ଗିରଫ ; ୧୮ ମୋବାଇଲ,୨ ସାଇକେଲ ଜବତ।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ଓର୍କେଲ ପୋଲିସକୁ ଏକ ବଡ ସଫାଳତା। ୪ ନାବାଳକ ସମେତ ମୋଟ ୮ ଜଣ ଚତୁର ଚୋରଙ୍କୁ ଗିରଫ କରିଛି ଓର୍କେଲ ପୁଲିସ। ଲୋକଙ୍କ ଆଖିରେ ଧୁଳି ଦେଇ କରୁଥିଲେ ଚୋରି ଗୃହ ଉପକରଣ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ।…

    Leave a Reply

    Your email address will not be published. Required fields are marked *

    You cannot copy content of this page