ମାଲକାନଗିରି ସଦର ମହକୁମାରେ ଗାନ୍ଧୀ ଜୟନ୍ତୀ ପାଳିତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟାଳୟ ପରିସରରେ ୧୫୬ ତମ ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଯୋଗ ଦେଇ ମାଲ୍ୟାର୍ପଣ ସହ ମହାତ୍ମାଙ୍କ ସ୍ମୃତିଚାରଣ କରିଛନ୍ତି। ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ, ସୋମନାଥ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ନରେଶ ଚନ୍ଦ୍ର ଶବର, ତହସିଲଦାର, ଲଳିତ ବାଘ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ତେରେସ୍କଭା ମଲ୍ଲିକ, ଜିଲ୍ଲା ସଂସ୍କୃତି ଅଧିକାରୀ, ସନ୍ତ୍ରାସ ନାରାୟଣ ପଣ୍ଡା, ମୁଖ୍ୟ ବକ୍ତା ଭାବେ ଡ଼ା ଧନେଶ୍ଵର ମହାପାତ୍ର ଓ ଡ଼ଃ ରଞ୍ଜନ ସ୍ୱାଇଁ ମଞ୍ଚାସୀନ ଥିଲେ। ମହାତ୍ମା ଗାନ୍ଧୀ ବ୍ରିଟିଶମାନଙ୍କ ଦ୍ୱାରା ଭାରତୀୟ ସମାଜରେ ଦାସତ୍ୱର ଶୃଙ୍ଖଳା ଭାଙ୍ଗିବା ପାଇଁ ଅହିଂସା ମାର୍ଗକୁ ଆପଣାଇଥିଲେ ।ସବୁ ସମୟରେ ଅନ୍ୟାୟ ବିରୋଧରେ ସଂଘର୍ଷ କରିଥିଲେ ।ସତ୍ୟ ଓ ଅହିଂସାକୁ ନେଇ ସର୍ବଦା ବାପୁଙ୍କ ବିଚାର ସାରା ବିଶ୍ବରେ ମାର୍ଗଦର୍ଶନ କରିବା ସହ ପ୍ରେରଣା ଦେଇଥାଏ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ। ଉପସ୍ଥିତ ଅତିଥି ମାନେ ଆହୁରି ମଧ୍ୟ କହିଥିଲେ ଯେ ନିଜ ଆଖପାଖ ପରିସର ଯେପରି କି ଘର ପରିସର, ସ୍କୁଲ, ଅଫିସ ପରିସର କୁ ସ୍ବଚ୍ଛ, ପରିଷ୍କାର ରଖିବା, ଗରୀବମାନଙ୍କୁ ସହଯୋଗ କରିବା ଆଦି ଛୋଟ ଛୋଟ ପ୍ରୟାସ କରି ଗାନ୍ଧୀ ଜୀଙ୍କ ଆଦର୍ଶ କୁ ଅନୁସରଣ କରି ପାରିବା। ସେହିପରି ଗାନ୍ଧିଜୀଙ୍କ ଅଂହିସା, ସତ୍ୟ ଓ ଶାନ୍ତି ମାର୍ଗରେ ଅନୁପ୍ରାଣିତ ହେବା ପାଇଁ ଛାତ୍ରଛାତ୍ରୀଙ୍କୁ ଆହ୍ଵାନ କରଯାଇଥିଲା । ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ, ପ୍ରମିଳା ମାଝୀ ସ୍ବାଗତ ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ସରୋଜ ଦାସ ଓ ଲାଲୁ ତୁଷାର ପାଣି ଉପସ୍ଥିତ ରହି ସର୍ବଧର୍ମ ପ୍ରାର୍ଥନା କରିଥିଲେ। ଜବାହର ନବୋଦୟ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଗାନ୍ଧିଜୀଙ୍କ ପ୍ରିୟ ଆଶ୍ରମ ଭଜନ ବୈଷ୍ଣବ ଜନତୋ ଓ ରଘୁବତି ରାଘବ ରାଜାରାମ ପରିବେଷଣ କରିଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ, ମନସ୍ଵୀ ସେଠୀ, ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ, ସସ୍ମିତା ସ୍ବାଇଁ ଓ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ଆୟୋଜନ କରିବାରେ ହରେକୃଷ୍ଣ କିର୍ତ୍ତନିଆ ଓ ରଞ୍ଜନ ମହାନ୍ତି ସହଯୋଗ କରିଥିଲେ।ଏହି ଦିବସରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ସ୍ୱଚ୍ଛତା ଦିବସ ପାଳନ କରାଯାଇଛି। ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଅଧିନରେ ସର୍ବଶ୍ରେଷ୍ଠ ଏମବିକେ, ସିଆରପି, ବିପିଏମ୍ ଙ୍କ ସମେତ ବିଡିଓଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି।

  • Related Posts

    ସାହସିକତାର ଏକ ଉଦାହରଣ: କାରେଗୁଟ୍ଟା ଅପରେସନରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସାଗର ବୋରାଡେ ହରାଇଲେ ବାମ ଗୋଡ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)କାରେଗୁଟ୍ଟା ଅପରେସନ୍ ମଧ୍ୟରେ ଯେତେବେଳେ ଜଣେ ସାଥି ଯବାନ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଗୁରୁତର ଆହତ ହୋଇଥିଲେ ସେତେବେଳେ ସାଗର ବୋରାଡେ କମାଣ୍ଡାଣ୍ଟଙ୍କ ନିର୍ଦ୍ଦେଶକୁ ଖାତିର ନକରି ଆହତ ଯବାନଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ ଚେଷ୍ଟା କରୁଥିବା ସମୟରେ ଆଉ…

    ନକ୍ସଲପନ୍ଥିଙ୍କ ଶ୍ମଶାନ ପାଲଟିଲା କରେଗୁଟ୍ଟା ପାହାଡ – ଯବାନଙ୍କ ଜୋରଦାର ଆକ୍ରମଣ ; ୨୦ ରୁ ଉର୍ଦ୍ଧ୍ୱ ନକ୍ସଲ ନିପାତ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ଜିଲ୍ଲା ଏବଂ ତେଲେଙ୍ଗାନା ସୀମାବର୍ତ୍ତି କରେଗୁଟ୍ଟା ପାହାଡ଼ରେ ଚାଲିଥିବା ବୃହତ୍ତର ନକ୍ସଲ ଅପରେସନର ୧୬ତମ ଦିନରେ ସୁରକ୍ଷା ବାହିନୀ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ସଫଳତା ହାସଲ କରିଛି। ବୁଧବାର ସକାଳେ ହୋଇଥିବା…

    Leave a Reply

    Your email address will not be published. Required fields are marked *

    You cannot copy content of this page