ଓର୍କେଲ ଥାନାରେ ଆମ ପୁଲିସ କାର୍ଯ୍ୟକ୍ରମ।

ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ଓର୍କେଲ ଥାନା ପରିସରରେ ଆମ ପୁଲିସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏସଡିପିଓ ଆଲେସିୟସ କିସପୋଟାଙ୍କ ତତ୍ତ୍ଵାବଧାନରେ ଥାନା ସଭାଗୃହରେ ସ୍ଥାନୀୟ ବରିଷ୍ଠ ନାଗରିକ ମାନଙ୍କୁ ନେଇ ଆମ ପୁଲିସ ସମିତି କାର୍ଯ୍ୟକ୍ରମ କରାଯାଇଥିଲା। ଏହି ଅବସରରେ ବରିଷ୍ଠ ନାଗରିକଙ୍କ ସହିତ ଅଞ୍ଚଳର ବିଭିନ୍ନ ସମସ୍ୟା , ଉପୁଜୁଥିବା ସମସ୍ୟାର ସମାଧାନ ଏବଂ ଅଞ୍ଚଳରେ ଟ୍ରାଫିକ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏହା ସହିତ ଆଜିକାଲି ଯେଉଁ ଭଳି ସାଇବର ଠକେଇ ବା କ୍ରାଇମ ବୃଦ୍ଧି ପାଇଛି। କିପରି ସେହି ସାଇବର ଠକେଇରୁ ନିଜକୁ ବଞ୍ଚେଇ ପାରିବା ସେନେଇ ଉପସ୍ଥିତ ସମସ୍ତ ବରିଷ୍ଠ ନାଗରିକ ମାନଙ୍କୁ ସଚେତନତା କରାଯାଇଥିଲା। ବ୍ୟାଙ୍କ କିମ୍ବା ମେଡିକାଲରେ ବରିଷ୍ଠ ନାଗରିକଙ୍କ ପାଇଁ ସ୍ବତନ୍ତ୍ର ଧାଡ଼ିର ବ୍ୟବସ୍ଥା। ପୁଲିସ ସର୍ବଦା ଜନସାଧାରଣଙ୍କ ସେବାରେ ରହିଛି।ଯଦି କୌଣସି ଘରେ ବରିଷ୍ଠ ନାଗରିକଙ୍କୁ ନିର୍ଯାତନା ଦେବା ସୂଚନା ମିଳେ ତେବେ ପୁଲିସ ତୁରନ୍ତ ତାଙ୍କ ଘରେ ପହଁଞ୍ଚି ପଦକ୍ଷେପ ଗ୍ରହଣ କରିବ ବୋଲି ଥାନାଧିକାରୀ ଧିରେନ ପଟ୍ଟନାୟକ କହିଥିଲେ। ଶେଷରେ ଏସଡିପିଓ ଶ୍ରୀକିସପୋଟା ଏବଂ ଥାନା ଅଧିକାରୀ ଶ୍ରୀ ପଟ୍ଟନାୟକଙ୍କ ଦ୍ବାରା ଉପସ୍ଥିତ ୭୩ ଜଣଙ୍କୁ ବରିଷ୍ଠ ନାଗରିକ କାର୍ଡ ପ୍ରଦାନ କରାଯାଇଥିଲା।

  • Related Posts

    ସାହସିକତାର ଏକ ଉଦାହରଣ: କାରେଗୁଟ୍ଟା ଅପରେସନରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସାଗର ବୋରାଡେ ହରାଇଲେ ବାମ ଗୋଡ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)କାରେଗୁଟ୍ଟା ଅପରେସନ୍ ମଧ୍ୟରେ ଯେତେବେଳେ ଜଣେ ସାଥି ଯବାନ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଗୁରୁତର ଆହତ ହୋଇଥିଲେ ସେତେବେଳେ ସାଗର ବୋରାଡେ କମାଣ୍ଡାଣ୍ଟଙ୍କ ନିର୍ଦ୍ଦେଶକୁ ଖାତିର ନକରି ଆହତ ଯବାନଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ ଚେଷ୍ଟା କରୁଥିବା ସମୟରେ ଆଉ…

    ନକ୍ସଲପନ୍ଥିଙ୍କ ଶ୍ମଶାନ ପାଲଟିଲା କରେଗୁଟ୍ଟା ପାହାଡ – ଯବାନଙ୍କ ଜୋରଦାର ଆକ୍ରମଣ ; ୨୦ ରୁ ଉର୍ଦ୍ଧ୍ୱ ନକ୍ସଲ ନିପାତ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ଜିଲ୍ଲା ଏବଂ ତେଲେଙ୍ଗାନା ସୀମାବର୍ତ୍ତି କରେଗୁଟ୍ଟା ପାହାଡ଼ରେ ଚାଲିଥିବା ବୃହତ୍ତର ନକ୍ସଲ ଅପରେସନର ୧୬ତମ ଦିନରେ ସୁରକ୍ଷା ବାହିନୀ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ସଫଳତା ହାସଲ କରିଛି। ବୁଧବାର ସକାଳେ ହୋଇଥିବା…

    Leave a Reply

    Your email address will not be published. Required fields are marked *

    You cannot copy content of this page