ଦୀର୍ଘସ୍ଥାୟୀ କୀଟନାଶକ ଉପଚାରିତ ମଶାରୀ (ଏଲଏଲଆଇଏନ୍)ବଣ୍ଟନ ସକାଶେ ଜିଲ୍ଲା ସ୍ତରୀୟ ସମନ୍ଵୟ କମିଟି ବୈଠକ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ଜିଲ୍ଲା ସ୍ତରୀୟ ଦୀର୍ଘସ୍ଥାୟୀ କୀଟନାଶକ ଔପଚାରିତ ମଶାରୀ ବଣ୍ଟନ ସକାଶେ ଏକ ସମନ୍ଵୟ କମିଟି ବୈଠକ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପରିଷଦ ସଭା ଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଏବଂ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼. ବ୍ରଜବନ୍ଧୁ ଦାଶ, ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ( ମଶା ବାହିତ)ଡ଼.କବିତା ସ୍ୱାଇଁ ଓ ସମସ୍ତ ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ଅଧିକାରୀ ଏହି ସଭାରେ ଉପସ୍ଥିତ ଥିଲେ। ଜିଲ୍ଲାରେ ୧୨୪୯ ମଶାରୀ ବିତରଣ କେନ୍ଦ୍ରରେ ୩୮୦୯୯୩ ମଶାରୀ ବଣ୍ଟନ କରାଯିବ। ଜିଲ୍ଲାକୁ ରାଜ୍ୟ ସରକାର ୪୧୫୯୯୩ ମଶାରୀ ଯୋଗାଇ ଦେଇଛନ୍ତି। ଜିଲ୍ଲାରେ ୨୨୪୨ ରାଜସ୍ୱ ଓ ପଡାଗ୍ରାମରେ ନଭେମ୍ବର ୧୮ ରୁ ଡିସେମ୍ବର ୨୧ ପର୍ଯ୍ୟନ୍ତ ମଶାରୀ ବଣ୍ଟନ କାର୍ଯ୍ୟକ୍ରମ ଚାଲିବ l ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଶିକ୍ଷା ଅଧିକାରୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଜିଲ୍ଲା ମଙ୍ଗଳ ଅଧିକାରୀ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ଜିଲ୍ଲା ପରିବହନ ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ଅତିରିକ୍ତ ଜଙ୍ଗଲ ଅଧିକାରିଣୀ ଓ ସ୍ୱାସ୍ଥ୍ୟ ବିଭାଗର ଜିଲ୍ଲା ପ୍ରକଳ୍ପ ପରିଚାଳିକା ଓ ଅନ୍ୟାନ୍ୟ ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ ଓ ପରାମର୍ଶ ଦାତା ଉପସ୍ଥିତ ଥିଲେ। ଏହି ସଭାକୁ ଜିଲ୍ଲା ମଶା ବାହିତ ପରାମର୍ଶଦାତା ଅଜିତ କୁମାର ଦଳାଇ ପରିଚାଳନା କରିଥିଲେ ଏବଂ ଜିଲ୍ଲାର ମଶାରୀ ବଣ୍ଟନର କାର୍ଯ୍ୟ ସୂଚୀ ଓ ଯୋଜନା କମିଟି ସମ୍ମୁଖରେରେ ଉପସ୍ଥାପନା କରିଥିଲେ l

  • Related Posts

    ଗୁଣିଗାରେଡି ସନ୍ଦେହରେ ୬ ଗିରଫ, ବ୍ୟବହୃତ ଖଟୁଲି ସମେତ କାର ଜବତ।

    ମାଲକାନଗିରି(କ୍ରୋନିକ ଓଡ଼ିଶା) ମାଲକାନଗିରି ଜିଲ୍ଲା ଓର୍କେଲ ଥାନା ଅନ୍ତର୍ଗତ ଚିତାପାରୀ-୪ ଗ୍ରାମରେ ଗୁଣିଗାରେଡି ସନ୍ଦେହରେ ୬ ଜଣ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଓର୍କେଲ ପୋଲିସ। ମିଳିଥିବା ସୂଚନାନୁଯାୟୀ ଚିତାପାରୀ-୪ ଗ୍ରାମରେ ପୂଜା ହେବ ବୋଲି ପ୍ରଶାସନ ପକ୍ଷରୁ…

    ଭାରତୀୟ ରିଜର୍ଭ ବ୍ୟାଙ୍କ ତରଫରୁ ଏକଦିବସୀୟ ଆଲୋଚନାଚକ୍ର।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ପି.ଏମ୍.ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟ, ମାଲକାନଗିରି ଠାରେ ଭାରତୀୟ ରିଜର୍ଭ ବ୍ୟାଙ୍କ ତରଫରୁ ଗୋଟିଏ ଏକ ଦିବସୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି l ଭାରତୀୟ ରିଜର୍ଭ ବ୍ୟାଙ୍କର ୯୦ବର୍ଷ ପୂର୍ତ୍ତି ଅବସରରେ ଏହି କାର୍ଯ୍ୟକ୍ରମଟିର ଆୟୋଜନ କରାଯାଇଥିଲା l…

    Leave a Reply

    Your email address will not be published. Required fields are marked *

    You cannot copy content of this page