ଦୁର୍ନୀତି ନିବାରଣ ସଚେତନତା ସପ୍ତାହରେ ରାଲି ଓ ଶପଥ ପାଠ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ମହାବିଦ୍ୟାଳୟରେ ଆଜି ଦିନ ୧୦ଘଟିକା ସମୟରେ ଭିଜିଲାନ୍ସ ସଚେତନତା ସପ୍ତାହ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ ମହାବିଦ୍ୟାଳୟ ଅଧ୍ୟକ୍ଷ ଲିଙ୍ଗରାଜ ମିଶ୍ର ଯୋଗଦାନ କରି ଏକ ବିଶାଳ ରାଲିକୁ ଉଦ୍ଘାଟନ କରିଥିଲେ। ମହାବିଦ୍ୟାଳୟ ଜାତୀୟ ସେବା ସଂସ୍ଥା ଉଭୟ ଛାତ୍ର ଛାତ୍ରୀ ବିଭାଗ ଏବଂ ସମର ଶିକ୍ଷାର୍ଥୀ ବାହିନୀ ଆନୁକୂଲ୍ୟରେ, ମହାବିଦ୍ୟାଳୟ ରେଡ଼କ୍ରସ ସଂଯୋଜକ ଡକ୍ଟର ରଞ୍ଜନ କୁମାର ସ୍ବାଇଁ ପରିଚାଳନା କରିଥିଲେ। ଏହି ସଭାରେ ୧୨୦୦ ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଏବଂ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକା ଉପସ୍ଥିତ ରହି ଶପଥ ପାଠ କରିଥିଲେ। ଆଜିର ଏହି କାର୍ଯ୍ୟକ୍ରମର ମୂଳ ପୃଷ୍ଠଭୂମି ” ଜାତିର ସମୃଦ୍ଧି ପାଇଁ ଏକ ସତ୍ୟନିଷ୍ଠ ସଂସ୍କୃତି ” ଉପରେ ଏକ ଆଲୋଚନା ଚକ୍ରର ଆୟୋଜନ କରାଯାଇଥିଲା।

  • Related Posts

    ବିଜେପିରେ ଯୋଗ ଦେଲେ ବିଜେଡି ଜିଲ୍ଲା ଉପ ସଭାପତି।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ବିଜେପି କାର୍ଯ୍ୟାଳୟ ପରିସରରେ ଆଜି ବିଜେପି ଜିଲ୍ଲା ସଭାପତି ନିମାଇଁ ଚରଣ ପାଲଙ୍କ ନେତୃତ୍ୱରେ ବୁଥ ସ୍ତରୀୟ ନିର୍ବାଚନ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ରାଜ୍ୟରୁ ଆସିଥିବା ଜିଲ୍ଲା ପର୍ଯ୍ୟବେକ୍ଷକ ଅଜୟ କୁମାର ସ୍ୱାଇଁ,…

    ମୋବାଇଲ , ସାଇକେଲ ଚୋରି ମାମଲାରେ ୪ ନାବାଳକଙ୍କ ସମେତ ୮ ଗିରଫ ; ୧୮ ମୋବାଇଲ,୨ ସାଇକେଲ ଜବତ।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ଓର୍କେଲ ପୋଲିସକୁ ଏକ ବଡ ସଫାଳତା। ୪ ନାବାଳକ ସମେତ ମୋଟ ୮ ଜଣ ଚତୁର ଚୋରଙ୍କୁ ଗିରଫ କରିଛି ଓର୍କେଲ ପୁଲିସ। ଲୋକଙ୍କ ଆଖିରେ ଧୁଳି ଦେଇ କରୁଥିଲେ ଚୋରି ଗୃହ ଉପକରଣ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ।…

    Leave a Reply

    Your email address will not be published. Required fields are marked *

    You cannot copy content of this page