ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ବ୍ଲକ ଅନ୍ତର୍ଗତ ଏମ.ଭି-୧୫ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆଜି ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହାକୁ ମାଲକାନଗିରି ବ୍ଲକ ଶିକ୍ଷା ଅଧିକାରୀ ରବୀନ୍ଦ୍ର ନାଥ ଧର ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଏସ. ତଣ୍ଡାପାଲ୍ଲୀ ସମିତିସଭ୍ୟ ଅନିମା ସରକାର, ବ୍ଲକ ବିଧାୟକ ପ୍ରତିନିଧି ସତ୍ୟ ସରଣ ପାଲ, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଗୌରାଙ୍ଗ ସଜ୍ଜନ, ଡି.ଏସ.ଏସ ଶରତ କୁମାର ଦାସ, ସାମ୍ବାଦିକ ଦେବ ପ୍ରସାଦ ଦାସ ଯୋଗ ଦେଇ ବିଜ୍ଞାନ ମେଳାର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ।ଏଥିରେ ମାଲକାନଗିରି ବ୍ଲକର ବିଭିନ୍ନ ବିଦ୍ୟାଳୟର ମୋଟ ୧୭୪ ଟି ପ୍ରକଳ୍ପ ସ୍ଥାନ ପାଇଥିଲା। ଏଥିରେ ଯୋଗ୍ୟ ବିବେଚିତ ବିପର୍ଯ୍ୟୟ ପରିଚାଳନା, ସ୍ୱାସ୍ଥ୍ୟ, ପରିଷ୍କାର ଓ ପରିଛନ୍ନତା, ସାଧନ ପରିଚାଳନା ଓ ଜୈବିକ ଚାଷ ଭଳି ବିଭିନ୍ନ ପ୍ରକାରର ୭ ଟି ପ୍ରକଳ୍ପ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳାରେ ଅଂଶ ଗ୍ରହଣ କରିବେ।

  • Related Posts

    ବିଜେପିରେ ଯୋଗ ଦେଲେ ବିଜେଡି ଜିଲ୍ଲା ଉପ ସଭାପତି।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ବିଜେପି କାର୍ଯ୍ୟାଳୟ ପରିସରରେ ଆଜି ବିଜେପି ଜିଲ୍ଲା ସଭାପତି ନିମାଇଁ ଚରଣ ପାଲଙ୍କ ନେତୃତ୍ୱରେ ବୁଥ ସ୍ତରୀୟ ନିର୍ବାଚନ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ରାଜ୍ୟରୁ ଆସିଥିବା ଜିଲ୍ଲା ପର୍ଯ୍ୟବେକ୍ଷକ ଅଜୟ କୁମାର ସ୍ୱାଇଁ,…

    ମୋବାଇଲ , ସାଇକେଲ ଚୋରି ମାମଲାରେ ୪ ନାବାଳକଙ୍କ ସମେତ ୮ ଗିରଫ ; ୧୮ ମୋବାଇଲ,୨ ସାଇକେଲ ଜବତ।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ଓର୍କେଲ ପୋଲିସକୁ ଏକ ବଡ ସଫାଳତା। ୪ ନାବାଳକ ସମେତ ମୋଟ ୮ ଜଣ ଚତୁର ଚୋରଙ୍କୁ ଗିରଫ କରିଛି ଓର୍କେଲ ପୁଲିସ। ଲୋକଙ୍କ ଆଖିରେ ଧୁଳି ଦେଇ କରୁଥିଲେ ଚୋରି ଗୃହ ଉପକରଣ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ।…

    Leave a Reply

    Your email address will not be published. Required fields are marked *

    You cannot copy content of this page