ତାର ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ, କଟର ସାହାଯ୍ୟରେ ଉଦ୍ଧାର ହେଲେ ଚାଳକ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗାଠାରୁ ମାତ୍ର ୩ କିଲୋମିଟର ଦୂର କଳିଙ୍ଗା ଘାଟି ପ୍ରଥମ ବୁଲାଣିରେ ବୁଧବାର ବିଳମ୍ବିତ ରାତିରେ ଏକ ୧୬ ଚକିଆ ଟ୍ରକ୍‌ ନଂ.ଏପି-୩୯ -ଟିକ୍ୟୁ -୭୫୭୫ରେ ଜିଆଇ ତାର ବୋଝେଇ ହୋଇ ବ୍ରହ୍ମପୁର ଯାଉଥିବା ବେଳେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଘଟଣା ସ୍ଥଳରେ ଘୁ.ଉଦୟଗିରି ଅଗ୍ନିଶମ ବାହିନୀ, ପୋଲିସ ଓ କଳିଙ୍ଗାର କିଛି ଯୁବକ ପହଞ୍ଚି ବହୁ କଷ୍ଟରେ ଗ୍ୟାସ୍‌ କଟର ମେଶିନ ସାହାଯ୍ୟରେ କିଛି ଅଂଶ କାଟି ଗାଡ଼ି ଚାଳକଙ୍କୁ ଉଦ୍ଧାର କରି ଜି.ଉଦୟଗିରି ଗୋଷ୍ଠୀ ଚିକିତ୍ସାଳୟକୁ ନେଇଯାଇଥିଲେ l ଏଠାରେ ସୂଚନା ଯୋଗ୍ୟ ଯେ, ଦୀର୍ଘ ମାସ ହେଲାଣି କଳିଙ୍ଗା ଘାଟିରେ ୧୦ଟି ସୋଲାର ଲାଇଟ୍‌ ଅଚଳ ହୋଇପଡ଼ିଛି। କିନ୍ତୁ ପ୍ରଶାସନ ନୀରବ ଦ୍ରଷ୍ଟା। ଉକ୍ତ ନିର୍ଦ୍ଦିଷ୍ଟ ବୁଲାଣିରେ ବାରମ୍ବାର ଦୁର୍ଘଟଣା ଘଟୁଥିବା ବେଳେ ଜାତୀୟ ସଡ଼କ କର୍ତ୍ତୃପକ୍ଷ ନୀରବ ରହିବା ନେଇ ସାଧାରଣରେ ଆଲୋଚନା ହେଉଛି। ଏତେ ବଡ଼ ଦୁର୍ଘଟଣା ହୋଇଛି କିନ୍ତୁ କେହି ମୃତାହତ ହୋଇ ନ ଥିବା ବିଷୟ ଉଦ୍ଧାରକାରୀ ଦଳ ସୂଚନା ଦେଇଛନ୍ତି ।

  • Related Posts

    ନକ୍ସଲଙ୍କ ହିନ ଯୋଜନା ବିଫଳ, ୪ ଆଇଇଡି ଉଦ୍ଧାର ; ଏଚଇ ବୋମା ଯୁକ୍ତ ୧୦ କିଗ୍ରା ଆଇଇଡି ନିଷ୍କ୍ରିୟ।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ରାଜ୍ୟର ବିଜାପୁରରେ ସୁରକ୍ଷା ବାହିନୀ ୪ ଆଇଇଡି ଠାବ କରି ନିଷ୍କ୍ରିୟ କରିଛି।ପ୍ରଥମ ଥର ପାଇଁ ନକ୍ସଲମାନେ ୧୦ କିଗ୍ରା ଆଇଇଡିରେ ଜୀବନ୍ତ ଏଚଇ ବୋମା ଲଗାଇଛନ୍ତି। ଯାହାକି ଏକ ଶକ୍ତିଶାଳୀ ବୋମା।ପୋଲିସ କହିବାନୁଯାୟୀ…

    ସର୍ବୋଚ୍ଚ ନ୍ୟାୟାଳୟ ଦ୍ବାରା ପେପର ବାଲଟ୍ ପ୍ରଣାଳୀ ପୁନଃ ପ୍ରତିଷ୍ଠା ପାଇଁ ଏକ ଜନହିତ ଯାଚିକା ଖାରଜ।

    କଟକ(କ୍ରୋନିକ ଓଡ଼ିଶା)ସର୍ବୋଚ୍ଚ ନ୍ୟାୟାଳୟ ଆଜି ଭାରତୀୟ ନିର୍ବାଚନରେ ପେପର ବାଲଟ୍ ପ୍ରଣାଳୀକୁ ପୁନଃ ପ୍ରବର୍ତ୍ତନ ପାଇଁ ଦାଖଲ ହୋଇଥିବା ଜନହିତ ଯାଚିକାକୁ ଖାରଜ କରିଦେଲେ। ଯାଚିକାକାରୀ ଡା. କୌଲ୍ ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍‌ (ଇଭିଏମ)ର ବିଶ୍ୱସନୀୟତା ନେଇ ଆଶଙ୍କା ଉଠାଇଥିଲେ ଏବଂ…

    Leave a Reply

    Your email address will not be published. Required fields are marked *

    You cannot copy content of this page