ମାଲ୍ୟବନ୍ତ ମହୋତ୍ସବ ନେଇ ମିନି ମାରାଥନ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲ୍ୟବନ୍ତ ମହୋତ୍ସବ ନେଇ ମିନି ମାରାଥନ ଅନୁଷ୍ଠିତ ହୋଇଯାଇଛି। ଏମଭି-୧୧ ଗ୍ରାମରୁ ବୁଟିଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପର୍ଯ୍ୟନ୍ତ ଏହି ମିନି ମାରାଥନ ଦୌଡ଼ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ(ସାଧାରଣ)ମୁଖ୍ୟ ଅତିଥି ଭାବେ ପତାକା ଦେଖାଇ ମାରାଥନର ଶୁଭାରମ୍ଭ କରିଥିଲେ। ମାଲ୍ୟବନ୍ତ ମହୋତ୍ସବ ଅବସରରେ ଯେଉଁ ମିନି ମାରାଥନ କ୍ରୀଡ଼ା ପ୍ରତିଯୋଗିତା ଆୟୋଜନ ହେଉଛି ତାହା କ୍ରୀଡ଼ା ପ୍ରେମୀଙ୍କ ପାଇଁ ଏକ ବିଶେଷ ସୁଯୋଗ। ନିଜର ପ୍ରତିଭାକୁ ପ୍ରଦର୍ଶନ କରିବା ସହ ଶାରୀରିକ ବିକାଶରେ ମଧ୍ଯ ଏହା ସହାୟକ ହୋଇପାରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ସୁସ୍ଥ ଶରୀର ହିଁ ମାନସିକ ବିକାଶ ତଥା ଜଣେ ବ୍ୟକ୍ତିର ସର୍ବାଙ୍ଗୀନ ଉନ୍ନତି ଦିଗରେ ସାହାଯ୍ୟ କରିଥାଏ। ଅନ୍ୟ ମାନଙ୍କ ମଧ୍ୟରେ ସୀମା ସୁରକ୍ଷା ବଳ ମାଲକାନଗିରି ମୁଖ୍ୟାଳୟ ଡେପୁଟି କମାଣ୍ଡାଣ୍ଟ ଶୁଭଞ୍ଜନ ମହାପାତ୍ର ଏବଂ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ତପନ ନାରାୟଣ ରଥ ଉପସ୍ଥିତ ଥିଲେ। ଜିଲ୍ଲା କ୍ରୀଡା ଅଧିକାରୀ ମାଧବ ପାଙ୍ଗିଙ୍କ ତତ୍ତ୍ଵାବଧାନରେ କାର୍ଯ୍ୟକ୍ରମକୁ ଆୟୋଜନ କରାଯାଇଥିଲା । ଏଥିରେ ସୀମା ସୁରକ୍ଷା ବଳ ପୋଲିସ, ସ୍ଥାନୀୟ ପୋଲିସ, ଛାତ୍ରଛାତ୍ରୀ, ବୁଦ୍ଧିଜୀବୀ, ସ୍ୱେଚ୍ଛାସେବୀଙ୍କ ସହ ପାଖାପାଖି ୫୦୦ ଜଣ ପ୍ରତିଯୋଗୀ ଭାଗ ନେଇଥିଲେ। ଜିଲ୍ଲା କ୍ରୀଡା ବିଭାଗର କର୍ମଚାରୀଙ୍କ ସହଯୋଗରେ ଏହା ପରିଚାଳିତ ହୋଇଥିଲା।ଆଜିର ମିନି ମାରାଥନ ଦୌଡ଼ରେ ଯେଉଁ ପ୍ରତିଯୋଗୀ ମାନେ କୃତକାର୍ଯ୍ୟ ହୋଇଛନ୍ତି ସେମାନଙ୍କୁ ଜିଲ୍ଲା ସ୍ତରୀୟ ମାଲ୍ୟବନ୍ତ ମହୋତ୍ସବରେ ସମ୍ମାନୀତ କରାଯିବାର ବ୍ୟବସ୍ଥା ରହିଛି।

  • Related Posts

    ସାହସିକତାର ଏକ ଉଦାହରଣ: କାରେଗୁଟ୍ଟା ଅପରେସନରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସାଗର ବୋରାଡେ ହରାଇଲେ ବାମ ଗୋଡ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)କାରେଗୁଟ୍ଟା ଅପରେସନ୍ ମଧ୍ୟରେ ଯେତେବେଳେ ଜଣେ ସାଥି ଯବାନ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଗୁରୁତର ଆହତ ହୋଇଥିଲେ ସେତେବେଳେ ସାଗର ବୋରାଡେ କମାଣ୍ଡାଣ୍ଟଙ୍କ ନିର୍ଦ୍ଦେଶକୁ ଖାତିର ନକରି ଆହତ ଯବାନଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ ଚେଷ୍ଟା କରୁଥିବା ସମୟରେ ଆଉ…

    ନକ୍ସଲପନ୍ଥିଙ୍କ ଶ୍ମଶାନ ପାଲଟିଲା କରେଗୁଟ୍ଟା ପାହାଡ – ଯବାନଙ୍କ ଜୋରଦାର ଆକ୍ରମଣ ; ୨୦ ରୁ ଉର୍ଦ୍ଧ୍ୱ ନକ୍ସଲ ନିପାତ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ଜିଲ୍ଲା ଏବଂ ତେଲେଙ୍ଗାନା ସୀମାବର୍ତ୍ତି କରେଗୁଟ୍ଟା ପାହାଡ଼ରେ ଚାଲିଥିବା ବୃହତ୍ତର ନକ୍ସଲ ଅପରେସନର ୧୬ତମ ଦିନରେ ସୁରକ୍ଷା ବାହିନୀ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ସଫଳତା ହାସଲ କରିଛି। ବୁଧବାର ସକାଳେ ହୋଇଥିବା…

    Leave a Reply

    Your email address will not be published. Required fields are marked *

    You cannot copy content of this page