କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର।

ମାଲକାନଗିରି,ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ଆଜି କାଲିମେଳା ବ୍ଲକ ଅଧିନସ୍ତ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ‘ଯୁଗ୍ମ ଜନ ଶୁଣାଣି ଶିବିର’ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଜନ ଶୁଣାଣୀ ଶିବିରରେ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍,ବନଖଣ୍ଡ ଅଧିକାରୀ ସାଇ କିରଣ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦାଶରଥି ସରାବୁ ଓ ଜିଲ୍ଲାର ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଥିଲେI Iଶିବିରରେ ସମୁଦାୟ ୫୨ ଟି ଅଭିଯୋଗ ଗୁଡ଼ିକର ଶୁଣାଣୀ ହୋଇଥିଲା । ତନ୍ମଧ୍ୟରୁ ୧୦ ଟି ବ୍ୟକ୍ତିଗତ ଓ ୪୨ ଟି ଗ୍ରାମ୍ୟ ସମସ୍ୟା ରହିଥିଲା। ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ, ସରକାରଙ୍କର ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ସେଠାରେ ଏକ ସ୍ୱତନ୍ତ୍ର କ୍ୟାମ୍ପର ଆୟୋଜନ କରାଯାଇଥିଲା । ଅତିରିକ୍ତ ଜିଲ୍ଲାପାଳ ସମସ୍ତ ଦରଖାସ୍ତ ଗ୍ରହଣ ପରେ ସେ ଗୁଡିକୁ ତଦନ୍ତ କରି ତୁରନ୍ତ ପଦକ୍ଷେପ ନେବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଦରଖାସ୍ତ ଗୁଡିକ ପ୍ରଦାନ କରିବା ସହ ଗ୍ରହଣ କରିଥିବା ପଦକ୍ଷେପର ବିବରଣୀ ଜିଲ୍ଲାପାଳଙ୍କ ଅବଗତ ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।

  • Related Posts

    ସତୀଗୁଡା ପିଏମଶ୍ରୀ ସରକାରୀ ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟ ବାର୍ଷିକ ଉତ୍ସବ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ସତୀଗୁଡା ପିଏମଶ୍ରୀ ସରକାରୀ ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷୟତ୍ରୀ ସୁଜାତା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଗୁରୁବନ୍ଧୁ ପୂଜାରୀ,…

    Continue reading
    ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ।

    ମାଲକାନଗିରି:ନିରଞ୍ଜନ ମଲ୍ଲ (କ୍ରୋନିକ ଓଡ଼ିଶା)ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗର ମାର୍ଗଦର୍ଶିକା ଅନୁଯାୟୀ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲାସ୍ତରୀୟ ‘ସୂଚନା ଅଧିକାର ଆଇନ, ୨୦୦୫’ କର୍ମଶାଳା-୨୦୨୬ ଅନୁଷ୍ଠିତ ହୋଇଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର।

    କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର।

    ସତୀଗୁଡା ପିଏମଶ୍ରୀ ସରକାରୀ ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟ ବାର୍ଷିକ ଉତ୍ସବ।

    ସତୀଗୁଡା ପିଏମଶ୍ରୀ ସରକାରୀ ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟ ବାର୍ଷିକ ଉତ୍ସବ।

    ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ।

    ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ।

    ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ।

    ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ।

    ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ।

    ଆନ୍ତର୍ଜାତୀୟ ମହିଳା ଦିବସର ପ୍ରଥମ ଦିନ “ଶକ୍ତି ସ୍ୱରୂପିଣୀ” କାର୍ଯ୍ୟକ୍ରମ।

    ଜିଲ୍ଲା ବିଜେଡି ପକ୍ଷରୁ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ବାର୍ଷିକୀ ପାଳିତ।

    ଜିଲ୍ଲା ବିଜେଡି ପକ୍ଷରୁ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ବାର୍ଷିକୀ ପାଳିତ।

    You cannot copy content of this page