ନୂତନ ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗଦେଲେ ପ୍ରଥମେଶ ଅରବିନ୍ଦ ରାଜସିର୍କେ।

ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲାର ନୂତନ ଜିଲ୍ଲାପାଳ ଭାବରେ ଶୁକ୍ରବାର ପ୍ରଥମେଶ ଅରବିନ୍ଦ ରାଜସିର୍କେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏହା ପୂର୍ବରୁ ସେ ବ୍ରହ୍ମପୁର ମହାନଗର ନିଗମର କମିଶନର ଥିଲେ। ମାଲକାନଗିରି ଜିଲ୍ଲା ରେ ଶିକ୍ଷା, ସ୍ଵାସ୍ଥ୍ୟ ସହ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟକୁ ଅଗ୍ରାଧିକାର ଭିତ୍ତିରେ ଆଗେଇ ନେବାକୁ ନିରନ୍ତର ପ୍ରୟାସ କରିବେ ବୋଲି ଜିଲ୍ଲାପାଳ ନିଜ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି। ମାଲକାନଗିରି ଜିଲ୍ଲାର ଅପରୂପ ସୌନ୍ଦର୍ଯ୍ୟର ବିକାଶ କରି ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ୱତନ୍ତ୍ର ସ୍ଥାନ ଭାବେ ଗଢି ତୋଳିବା ପାଇଁ ଉଦ୍ୟମ କରିବେ ବୋଲି ମଧ୍ଯ ଜିଲ୍ଲାପାଳ ପ୍ରକାଶ କରିଛନ୍ତି।ଗରିବ, ନିଷ୍ପେସିତ ଲୋକଙ୍କ ନିକଟରେ ସରକାରୀ ଯୋଜନା ପହଞ୍ଚାଇବା ଓ ସେମାନଙ୍କର ସମସ୍ୟା ସମାଧାନ ଦିଗରେ ପ୍ରାଥମିକତା ଦେବେ ବୋଲି କହିଛନ୍ତି। ସେହିପରି ଜିଲ୍ଲାର ସାମଗ୍ରିକ ବିକାଶ ଜନସାଧାରଣଙ୍କ ସହଯୋଗରେ ଆଗକୁ ‌ନେବା ପାଇଁ ପ୍ରୟାସ ଜାରି ରଖିବେ ବୋଲି ପ୍ରକାଶ କରିଛନ୍ତି।ଜିଲ୍ଲାପାଳ ଶ୍ରୀ ରାଜସିର୍କେଙ୍କ ଯୋଗଦାନ ପରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ବେଦବର ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦାଶରଥି ସରାବୁ, ଜିଲ୍ଲାସ୍ତରୀୟ ଅଧିକାରୀ, କର୍ମଚାରୀ, ଗଣମାଧ୍ଯମର ପ୍ରତିନିଧିମାନେ ସୌଜନ୍ୟମୂଳକ ସାକ୍ଷାତ କରି ତାଙ୍କୁ ସ୍ବାଗତ ଓ ଅଭିନନ୍ଦନ ଜଣାଇଥିଲେ।

  • Related Posts

    ଜିଲ୍ଲା ସ୍ତରୀୟ ପିଏମ୍ କିଷାନ୍ ଉତ୍ସବ ଦିବସ।

    ଚାଷୀଙ୍କ ପାଇଁ ଉପହାର: ମାର୍ଚ୍ଚ ୧୩ରେ ଡିଜିଟାଲ୍ ମାଧ୍ୟମରେ ୨୦୦୦ ଟଙ୍କା ପଠାଇଲେ କେନ୍ଦ୍ର ସରକାର। ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ଆଜି ଜିଲାସ୍ତରୀୟ ପିଏମ୍ କିଷାନ୍ ଉତ୍ସବ ଦିବସ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଆୟୋଜନ କରାଯାଇଛି। ଏହି କାର୍ଯ୍ୟକ୍ରମରେ…

    Continue reading
    କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର।

    ମାଲକାନଗିରି,ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ଆଜି କାଲିମେଳା ବ୍ଲକ ଅଧିନସ୍ତ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ‘ଯୁଗ୍ମ ଜନ ଶୁଣାଣି ଶିବିର’ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଜିଲ୍ଲା ସ୍ତରୀୟ ପିଏମ୍ କିଷାନ୍ ଉତ୍ସବ ଦିବସ।

    ଜିଲ୍ଲା ସ୍ତରୀୟ ପିଏମ୍ କିଷାନ୍ ଉତ୍ସବ ଦିବସ।

    ନୂତନ ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗଦେଲେ ପ୍ରଥମେଶ ଅରବିନ୍ଦ ରାଜସିର୍କେ।

    ନୂତନ ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗଦେଲେ ପ୍ରଥମେଶ ଅରବିନ୍ଦ ରାଜସିର୍କେ।

    କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର।

    କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର।

    ସତୀଗୁଡା ପିଏମଶ୍ରୀ ସରକାରୀ ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟ ବାର୍ଷିକ ଉତ୍ସବ।

    ସତୀଗୁଡା ପିଏମଶ୍ରୀ ସରକାରୀ ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟ ବାର୍ଷିକ ଉତ୍ସବ।

    ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ।

    ଜିଲ୍ଲାସ୍ତରୀୟ ସୂଚନା ଅଧିକାର ଆଇନ କର୍ମଶାଳା ଅନୁଷ୍ଠିତ।

    ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ।

    ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ।

    You cannot copy content of this page