ଜିଲ୍ଲା ସ୍ତରୀୟ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳନ ସମାରୋହ।

ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ଓଡିଶା ଗଠନର ଜଣେ ପ୍ରମୁଖ ବିନ୍ଧାଣୀ

ଶିକ୍ଷାର ପୃଷ୍ଠାପୋଷକ ଓ ସଂସ୍କୃତିର ବାହକ ଥିଲେ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ

ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ସ୍ଥାନୀୟ ପୂର୍ବତନ ବୋର୍ଡ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଅନୁଷ୍ଠିତ ହୋଇଯାଇଛି I ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ୱାରା ଆୟୋଜିତ ଏହି ଜୟନ୍ତୀ ସମାରୋହରେ ମୁଖ୍ୟଅତିଥି ଭାବରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଯୋଗ ଦେଇ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ ଓ ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ ଉପସ୍ଥିତ ରହି ମାଲ୍ୟାର୍ପଣ କରିଥିଲେ। ବିଦ୍ୟାଳୟ ଠାରେ ଆୟୋଜିତ ସ୍ମୃତିଚାରଣ ସଭାରେ ଅତିରିକ୍ତ ଜିଲ୍ଲାପାଳ କହିଥିଲେ ଯେ ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି ନାରାୟଣ ଦେବଙ୍କର ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନରେ ଅବଦାନ ତଥା ଓଡ଼ିଆ ଭାଷା, ସଂସ୍କୃତି, ସାହିତ୍ୟ, ଶିକ୍ଷାର ବିକାଶରେ ନିଷ୍ଠାପର ଯୋଗଦାନ ରହିଥିଲା । ତାଙ୍କ ଜୀବନୀ ବିଷୟରେ ଛାତ୍ରଛାତ୍ରୀ ଜାଣିବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ। ସେହିପରି ଉପ ଜିଲ୍ଲାପାଳ କହିଥିଲେ ଯେ ସେ ଥିଲେ ନବ ଉତ୍କଳ ନିର୍ମାଣ ର ବିନ୍ଧାଣୀ। ଓଡ଼ିଶା ପ୍ରଦେଶ ଗଠନ ନିମନ୍ତେ ସେ ଅନେକ ସଂଘର୍ଷ କରିଥିଲେ। ସେ କଳା, ସାହିତ୍ୟ, ଉଚ୍ଚ ଶିକ୍ଷା, ଜଳସେଚନ, ନାରୀ ଶିକ୍ଷା ପାଇଁ କାମ କରିଥିଲେ। ଆହୁରି ମଧ୍ୟ କହିଥିଲେ ଯେ ସେ ଗୋଲ ଟେବୁଲ୍ ବୈଠକରେ ଯୋଗ ଦେଇ ଓଡ଼ିଶା ପ୍ରଦେଶ ଗଠନ ପାଇଁ ଦାବି ରଖିଥିଲେ। ଅଖଣ୍ଡ ଓଡ଼ିଶା ଅଖଣ୍ଡ ଭାରତ ଗଠନର ତାଙ୍କର ଯେଉଁ ସ୍ଵପ୍ନ ଥିଲା ତାକୁ ସାକାର କରିବା ପାଇଁ ସମସ୍ତେ ପ୍ରୟାସ କରିବା ଉଚିତ୍ ବୋଲି ଶ୍ରୀ ଭୋଇ କହିଥିଲେ। ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ ଙ୍କ ସଭାପତିତ୍ବରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସମୀର ରଥ ସ୍ମୃତି ସଭାରେ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମ ଆୟୋଜନ କରିବାରେ ଜିଲ୍ଲା ସୂଚନା ଓ ଲୋକସଂପର୍କ କର୍ମଚାରୀ ରଞ୍ଜନ ମହାନ୍ତି ଓ ବିଦ୍ୟାଳୟର ଶିକ୍ଷୟତ୍ରୀ ମାନେ ସହଯୋଗ କରିଥିଲେ।

  • Related Posts

    ସାହସିକତାର ଏକ ଉଦାହରଣ: କାରେଗୁଟ୍ଟା ଅପରେସନରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସାଗର ବୋରାଡେ ହରାଇଲେ ବାମ ଗୋଡ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)କାରେଗୁଟ୍ଟା ଅପରେସନ୍ ମଧ୍ୟରେ ଯେତେବେଳେ ଜଣେ ସାଥି ଯବାନ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଗୁରୁତର ଆହତ ହୋଇଥିଲେ ସେତେବେଳେ ସାଗର ବୋରାଡେ କମାଣ୍ଡାଣ୍ଟଙ୍କ ନିର୍ଦ୍ଦେଶକୁ ଖାତିର ନକରି ଆହତ ଯବାନଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ ଚେଷ୍ଟା କରୁଥିବା ସମୟରେ ଆଉ…

    ନକ୍ସଲପନ୍ଥିଙ୍କ ଶ୍ମଶାନ ପାଲଟିଲା କରେଗୁଟ୍ଟା ପାହାଡ – ଯବାନଙ୍କ ଜୋରଦାର ଆକ୍ରମଣ ; ୨୦ ରୁ ଉର୍ଦ୍ଧ୍ୱ ନକ୍ସଲ ନିପାତ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ଜିଲ୍ଲା ଏବଂ ତେଲେଙ୍ଗାନା ସୀମାବର୍ତ୍ତି କରେଗୁଟ୍ଟା ପାହାଡ଼ରେ ଚାଲିଥିବା ବୃହତ୍ତର ନକ୍ସଲ ଅପରେସନର ୧୬ତମ ଦିନରେ ସୁରକ୍ଷା ବାହିନୀ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ସଫଳତା ହାସଲ କରିଛି। ବୁଧବାର ସକାଳେ ହୋଇଥିବା…

    Leave a Reply

    Your email address will not be published. Required fields are marked *

    You cannot copy content of this page