ମାଲକାନଗିରି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ଆଡ଼ମିସନ ନେଇଥିବା କଳା ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କୁ ସ୍ବାଗତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ପରିଚାଳନା କମିଟିର ସଭାପତି ଡକ୍ଟର ଉଦୟନାଥ ଖରା ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଛାତ୍ରଛାତ୍ରୀ ମାନଙ୍କୁ ଭବିଷ୍ୟତରେ ଜଣେ ଜଣେ ଉତ୍ତମ ନାଗରିକ ହେବା ପାଇଁ ପରାମର୍ଶ ଦେଇଥିଲେ।ମହାବିଦ୍ୟାଳୟର ଅଧ୍ୟକ୍ଷ ଲିଙ୍ଗରାଜ ମିଶ୍ର ଏହି ବୈଠକରେ ସଭାପତିତ୍ୱ କରି ଛାତ୍ରଛାତ୍ରୀ ମାନଙ୍କୁ ଅନୁଶାସନ ଓ ଭଲ ପାଠ ପଢିବା ପାଇଁ ପରାମର୍ଶ ଦେଇଥିଲେ। ମୁଖ୍ୟ ବକ୍ତା ଭାବରେ ପ୍ରଧ୍ୟାପକ ଅଶୋକ କୁମାର ଷଡ଼ଙ୍ଗୀ ଯୋଗଦାନ କରି ଛାତ୍ରଛାତ୍ରୀ ମାନଙ୍କୁ ସମୟାନୁବର୍ତ୍ତିତା ହେବାପାଇଁ ପରାମର୍ଶ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ବାଣିଜ୍ୟ ବିଭାଗର ବିଭାଗୀୟ ମୁଖ୍ୟ ଡକ୍ଟର ରଞ୍ଜନ କୁମାର ସ୍ବାଇଁ ଆୟୋଜନ କରିବା ସହିତ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ନବାଗତ ଛାତ୍ରଛାତ୍ରୀ ମାନଙ୍କୁ କଲମ (Pen) ପ୍ରଦାନ କରାଯାଇ ସ୍ୱାଗତ କରାଯାଇଥିଲା। ପ୍ରାୟତଃ ୨୫୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଏହି ସ୍ୱାଗତ ସଭାରେ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗୌତମ ନାୟକ, ଲିପ୍ସାରାଣୀ ନାୟକ, ସୁଶାନ୍ତ ମାଝୀ, ତପନ କୁମାର ବେହେରା, ପ୍ରମୀୟ କୁମାର ମହାନ୍ତି,ଆରତୀ ଲୁଗୁନ, ବି. ଗୁପ୍ତେଶ୍ୱର ରାଓ ପ୍ରମୁଖ ଉପସ୍ଥିତ ରହି ନିଜର ପରିଚୟ ପ୍ରଦାନ କରିଥିଲେ।ସଭା ଶେଷରେ ଅଧ୍ୟାପିକା ପ୍ରେମରେଖା ଭତ୍ରା ଧନ୍ୟବାଦ ଅର୍ପଣ କରିଥିଲେ।
ବିଜେପିରେ ଯୋଗ ଦେଲେ ବିଜେଡି ଜିଲ୍ଲା ଉପ ସଭାପତି।
ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ବିଜେପି କାର୍ଯ୍ୟାଳୟ ପରିସରରେ ଆଜି ବିଜେପି ଜିଲ୍ଲା ସଭାପତି ନିମାଇଁ ଚରଣ ପାଲଙ୍କ ନେତୃତ୍ୱରେ ବୁଥ ସ୍ତରୀୟ ନିର୍ବାଚନ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ରାଜ୍ୟରୁ ଆସିଥିବା ଜିଲ୍ଲା ପର୍ଯ୍ୟବେକ୍ଷକ ଅଜୟ କୁମାର ସ୍ୱାଇଁ,…