ବାଲିମେଳା ଏନଏସି ସ୍ତରୀୟ ଗୁରୁ ଦିବସ ପାଳିତ।

ସାରା ରାଜ୍ୟରେ ପ୍ରତିବର୍ଷ ସେପ୍ଟେମ୍ବର ମାସ ୫ତାରିଖ ଦିନ ପବିତ୍ର ଗୁର ଦିବସ ଓ ଭାରତର ପୂର୍ବତନ ଉପରାଷ୍ଟ୍ରପତି ତଥା ମହାନ ଶିକ୍ଷାବିତ ଡାକ୍ତର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଜୟନ୍ତୀ ପାଳନ କରାଯାଇ ଆସୁଅଛି ।ଏହି ଅବସରରେ ଆଜି ମାଲକାନଗିରି ଜିଲ୍ଲା ବାଲିମେଳା ଶିକ୍ଷକ ଓ ଶିକ୍ଷୟତ୍ରୀ ପରିବାର ପକ୍ଷରୁ ବାଲିମେଳା ସହରରେ ଥିବା କଲ୍ୟାଣ ମଣ୍ଡପ ପରିସରରେ ବାଲିମେଳା ଏନଏସି ସ୍ତରୀୟ ଗୁରୁ ଦିବସ ବହୁ ଆଡମ୍ବରରେ ପାଳନ କରାଯାଇଛି । କୋରୁକୋଣ୍ଡା ଗୋଷ୍ଠୀ ଶିକ୍ଷାଧିକାରୀ ଅସିତ କୁମାର ମିସ୍ତ୍ରୀଙ୍କ ସଭାପତିତ୍ୱରେ ଏଠାରେ ଏକ ସଭାର ଆୟୋଜନ କରାଯାଇଥିଲା । ଏହି ସଭାରେ ମୁଖ୍ୟ ଅତିଥି ଭାବେ ବାଲିମେଳା ନଗରପାଳ ପ୍ରଦୀପ କୁମାର ନାୟକ,ମୁଖ୍ୟ ବକ୍ତା ଭାବେ ଏମଭି-୨୭ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅଜୟ କୁମାର ନାୟକ, ସମ୍ମାନୀତ ଅତିଥି ଭାବେ ଅବସରପ୍ରାପ୍ତ ବରିଷ୍ଠ ଶିକ୍ଷକ ଦିଲୀପ କୁମାର ଓଝା ,ଚିତ୍ରକୋଣ୍ଡା ଗୋଷ୍ଠୀ ଶିକ୍ଷାଧିକାରୀ ସୁଶ୍ରୀ ଗାୟତ୍ରୀ ଦେବୀ, ଅବସର ପ୍ରାପ୍ତ ଶିକ୍ଷକ ରମେଶ ଚନ୍ଦ୍ର ସ୍ୱାଇଁ ଓ ସ୍ୱତନ୍ତ ଅତିଥି ଭାବେ ଅବସର ପ୍ରାପ୍ତ ଶିକ୍ଷୟତ୍ରୀ ମମତା ଘଣ୍ଟ, ଶିକ୍ଷକ ଅଜିତ କୁମାର ପଟ୍ଟନାୟକ,ଶିକ୍ଷକ ନାରାୟଣ ଚନ୍ଦ୍ର ପରିଡା,ଶିକ୍ଷୟତ୍ରୀ ଶାନ୍ତିଲତା ଦେଇ ପ୍ରମୁଖ ଉପସ୍ଥିତ ଥିଲେ ।ମଞ୍ଚାସିନ ଅତିଥିମାନେ ପ୍ରଥମେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଓ ଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ପ୍ରାରମ୍ଭିକ ସଙ୍ଗୀତ ଗାନ କରାଯାଇଥିଲା ।ଏହାପରେ ସ୍ବର୍ଗତ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା ।ଗୁରୁ ଦିବସ ସମ୍ପର୍କରେ ମଞ୍ଚାସିନ ଅତିଥିମାନେ ନିଜ ନିଜର ଅଭିଭାଷଣ ରଖିଥିଲେ ।ମୁଖ୍ୟତଃ ଅବସର ପ୍ରାପ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କୁ ଅବଶିଷ୍ଟ ଜୀବନରେ ସୁଖ ଶାନ୍ତି ପ୍ରାପ୍ତ ନିମନ୍ତେ ସମସ୍ତେ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଥିଲେ ।ଅବସର ପ୍ରାପ୍ତ ଶିକ୍ଷୟତ୍ରୀ ଓ ଶିକ୍ଷକ ମାନଙ୍କୁ ମଞ୍ଚାସିନ ଅତିଥି ମାନଙ୍କ ଦ୍ୱାରା ଉପଢଉକନ ପ୍ରଦାନ କରାଯାଇଥିଲା ।ଏହି କାର୍ଯ୍ୟକ୍ରମରେ ବାଲିମେଳା ସହର ସମେତ ଜିଲ୍ଲାର ବିଭିନ୍ନ ଅଞ୍ଚଳର ଶତାଧିକ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ ।କାର୍ଯ୍ୟକ୍ରମର ଶେଷରେ ବରିଷ୍ଠ ଶିକ୍ଷକ ସେସଦେଵ ପ୍ରଧାନ ଓ ପ୍ରଶାନ୍ତ ବେହେରା ଅନ୍ତିମ ସଙ୍ଗୀତ ଗାନ କରାଯିବା ପରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ ।

  • Related Posts

    ସାହସିକତାର ଏକ ଉଦାହରଣ: କାରେଗୁଟ୍ଟା ଅପରେସନରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସାଗର ବୋରାଡେ ହରାଇଲେ ବାମ ଗୋଡ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)କାରେଗୁଟ୍ଟା ଅପରେସନ୍ ମଧ୍ୟରେ ଯେତେବେଳେ ଜଣେ ସାଥି ଯବାନ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଗୁରୁତର ଆହତ ହୋଇଥିଲେ ସେତେବେଳେ ସାଗର ବୋରାଡେ କମାଣ୍ଡାଣ୍ଟଙ୍କ ନିର୍ଦ୍ଦେଶକୁ ଖାତିର ନକରି ଆହତ ଯବାନଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ ଚେଷ୍ଟା କରୁଥିବା ସମୟରେ ଆଉ…

    ନକ୍ସଲପନ୍ଥିଙ୍କ ଶ୍ମଶାନ ପାଲଟିଲା କରେଗୁଟ୍ଟା ପାହାଡ – ଯବାନଙ୍କ ଜୋରଦାର ଆକ୍ରମଣ ; ୨୦ ରୁ ଉର୍ଦ୍ଧ୍ୱ ନକ୍ସଲ ନିପାତ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ଜିଲ୍ଲା ଏବଂ ତେଲେଙ୍ଗାନା ସୀମାବର୍ତ୍ତି କରେଗୁଟ୍ଟା ପାହାଡ଼ରେ ଚାଲିଥିବା ବୃହତ୍ତର ନକ୍ସଲ ଅପରେସନର ୧୬ତମ ଦିନରେ ସୁରକ୍ଷା ବାହିନୀ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ସଫଳତା ହାସଲ କରିଛି। ବୁଧବାର ସକାଳେ ହୋଇଥିବା…

    Leave a Reply

    Your email address will not be published. Required fields are marked *

    You cannot copy content of this page