ପବିତ୍ର ଗୁରୁଦିବସରେ ଜିଲ୍ଲାର ୯୩୦ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର।

ପବିତ୍ର ଗୁରୁଦିବସରେ ମାଲକାନଗିରି ଜିଲ୍ଲାସ୍ତରୀୟ ଗୁରୁଦିବସ କାର୍ଯ୍ୟକ୍ରମରେ ଜିଲ୍ଲାର ୯୩୦ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଅତିଥିମାନଙ୍କ ଦ୍ୱାରା ବିତରଣ କରାଯାଇଛି। ସ୍ଥାନୀୟ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ଶିକ୍ଷାଧିକାରୀ ବିଶ୍ୱନାଥ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଲକାନଗିରି ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଯୋଗ ଦେଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀନିବାସ ଆଚାରୀ, ବ୍ଲକ ଉପାଧ୍ୟକ୍ଷ ନିରଂଜନ ହାଲଦାର ପ୍ରମୁଖ ଉପସ୍ଥିତ ଥିଲେ। ପ୍ରାରମ୍ଭରେ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଫଟୋ ଚିତ୍ରରେ ଅତିଥିମାନେ ପୁଷ୍ପମାଲ୍ୟ ଅର୍ପଣ ସହ ପ୍ରଦୀପ ପ୍ରଜ୍ବଳନ ପରେ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା। ଆଜିର ଦିନଟି ଗୁରୁ ଶିସ୍ୟର ପରମ୍ପରା ସମ୍ବନ୍ଧରେ ଅତିଥି ମାନେ ନିଜ ନିଜ ବକ୍ତବ୍ୟରେ ପ୍ରକାଶ କରିବା ସହ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଆଦର୍ଶ ଓ ନୀତିକୁ ସମସ୍ତ ଗୁରୁ ଗୁରୁମା ଛାତ୍ରଛାତ୍ରୀ ମନେ ରଖିବା ଉଚିତା ଏହି ଅବସରରେ ମାଲକାନଗିରି ଜିଲ୍ଲାରେ ସାତଟି ବ୍ଲକର ବିଭିନ୍ନ ବିଦ୍ୟାଳୟର ୯୩୦ ଉତମ ଛାତ୍ରଛାତ୍ରୀଙ୍କୁ ଓଡିଆ ଭାଷାବୃତି ପୁରସ୍କାର, ବିଦ୍ୟାର୍ଥୀ ମେଧାବୃତି ପୁରସ୍କାର, ଜିଲ୍ଲାସ୍ତରୀୟ ମେଧାବୀ ବିଦ୍ୟାର୍ଥୀ ପୁରସ୍କାର, ବ୍ଲକ ସ୍ତରୀୟ ମେଧାବୀ ବିଦ୍ୟାର୍ଥୀ ପୁରସ୍କାରରେ ପୁରସ୍କୃତ କରା ଯିବା ସହ ମାନପତ୍ର ପ୍ରଦାନ କରା ଗଲ।। ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କା ର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀ ସାହୁ ଅତିଥି ଓ ଛାତ୍ରଛାତ୍ରୀ ମାନଙ୍କୁ ଓ ଉପସ୍ଥିତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲୋ

  • Related Posts

    ସାହସିକତାର ଏକ ଉଦାହରଣ: କାରେଗୁଟ୍ଟା ଅପରେସନରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସାଗର ବୋରାଡେ ହରାଇଲେ ବାମ ଗୋଡ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)କାରେଗୁଟ୍ଟା ଅପରେସନ୍ ମଧ୍ୟରେ ଯେତେବେଳେ ଜଣେ ସାଥି ଯବାନ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଗୁରୁତର ଆହତ ହୋଇଥିଲେ ସେତେବେଳେ ସାଗର ବୋରାଡେ କମାଣ୍ଡାଣ୍ଟଙ୍କ ନିର୍ଦ୍ଦେଶକୁ ଖାତିର ନକରି ଆହତ ଯବାନଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ ଚେଷ୍ଟା କରୁଥିବା ସମୟରେ ଆଉ…

    ନକ୍ସଲପନ୍ଥିଙ୍କ ଶ୍ମଶାନ ପାଲଟିଲା କରେଗୁଟ୍ଟା ପାହାଡ – ଯବାନଙ୍କ ଜୋରଦାର ଆକ୍ରମଣ ; ୨୦ ରୁ ଉର୍ଦ୍ଧ୍ୱ ନକ୍ସଲ ନିପାତ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ଜିଲ୍ଲା ଏବଂ ତେଲେଙ୍ଗାନା ସୀମାବର୍ତ୍ତି କରେଗୁଟ୍ଟା ପାହାଡ଼ରେ ଚାଲିଥିବା ବୃହତ୍ତର ନକ୍ସଲ ଅପରେସନର ୧୬ତମ ଦିନରେ ସୁରକ୍ଷା ବାହିନୀ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ସଫଳତା ହାସଲ କରିଛି। ବୁଧବାର ସକାଳେ ହୋଇଥିବା…

    Leave a Reply

    Your email address will not be published. Required fields are marked *

    You cannot copy content of this page