କାଲିମେଳା ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଗୁରୁ ଦିବସ ପାଳିତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ସେପ୍ଟେମ୍ବର ୫ ତାରିଖ ଗୁରୁ ଦିବସ। ମହାନ ଶିକ୍ଷାବିତ୍ ଦାର୍ଶନିକ ତଥା ଭାରତର ପ୍ରଥମ ଉପରାଷ୍ଟ୍ରପତି ଭାରତ ରତ୍ନ ଡ଼କ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନ। ତାଙ୍କର ଜନ୍ମ ଦିନକୁ ଗୁରୁ ଦିବସ ଭାବେ ପାଳନ କରାଯାଇ ଶିକ୍ଷକଙ୍କ ଭୂମିକାକୁ ମନେ ପକାଉଛି ସାରା ଦେଶ । ଏହି ଅବସରରେ କାଲିମେଳା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ବ୍ଲକ୍ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଗୁରୁଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି । କାଲିମେଳା ବ୍ଲକ୍ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ପ୍ରଦୀପ କୁମାର ତାପାଲିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ କାଲିମେଳା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଶୋଭ ରଞ୍ଜନ ମାଲି ଏବଂ ମୁଖ୍ୟ ବକ୍ତା ଭାବେ ବ୍ଲକ୍ ଅତିରିକ୍ତ ଗୋଷ୍ଠି ଶିକ୍ଷାଧିକାରୀ ଚିନ୍ତା ହରଣ ମଧୁ ଓ ସମ୍ମାନୀୟ ଅତିଥି ଭାବେ ଅତିରିକ୍ତ ଗୋଷ୍ଠି ଶିକ୍ଷାଧିକାରୀ ଅନିମେଶ ମଣ୍ଡଳ ଏବଂ ପ୍ରାଥମିକ ଶିକ୍ଷକ ସଂଘ ଉପଦେଷ୍ଟା ତଥା ସିଆରସିସି ନିଶିକାନ୍ତ ଅଧିକାରୀ ଯୋଗ ଦେଇ ଶିକ୍ଷକଙ୍କ ଭୂମିକାକୁ ମନେ ପକାଇ ଅଜ୍ଞାନ ରୂପକ ଅନ୍ଧକାରରୁ ଯିଏ ଆଲୋକ ଦେଖାନ୍ତି, ସେ ହିଁ ଗୁରୁ। ବାପାମା’ଙ୍କ ପରେ ଗୁରୁ ହିଁ ଜୀବନରେ ଆଗକୁ ବଢ଼ିବା ପାଇଁ ସଠିକ୍ ମାର୍ଗ ଦେଖାଇଥାନ୍ତି। ଶିକ୍ଷା ପ୍ରଦାନ ସହ ଜୀବନକୁ ମାର୍ଜିତ, ଶୃଙ୍ଖଳିତ କରିବାରେ ତାଙ୍କ ଅବଦାନ ଥାଏ ଖୁବ୍ ଗୁରୁତ୍ବପୂର୍ଣ୍ଣ। ପାଠ ଠାରୁ ଖେଳକୁଦ ପୁଣି ନୃତ୍ୟ ସଙ୍ଗୀତ ଅଭିନୟ, ସବୁ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ଗୁରୁଙ୍କ ଯୋଗଦାନ ଲୋଡ଼ାଥାଏ । ଛାତ୍ରର ମାର୍ଗଦର୍ଶକ ସାଜି ଛାତ୍ରକୁ ଭଲ ମଣିଷ ରୂପେ ଗଢ଼ିତୋଳିବାରେ ଗୁରୁଙ୍କ ଭୂମିକା ସର୍ବାଗ୍ରେ ବୋଲି ମତବ୍ୟକ୍ତ କରିଥିଲେ। ଏହି ଅବସରରେ ବ୍ଲକ୍ ର ୭ ଜଣ ପ୍ରାଥମିକ ଶିକ୍ଷକ , ଲୁଗେଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତପନ କୁମାର ବାଇନ,ପ୍ରାଥମିକ ବିଦ୍ୟାଳୟ ଶିକ୍ଷୟତ୍ରୀ ଯଶବନ୍ତି କୁମ୍ଭାର, ସିନ୍ଦିଗୁଡ଼l ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ପଦିଆ କବାସୀ, ଏମ ପି ଭି ୩୩ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଅମିତ୍ କୁମାର ବିଶ୍ଵାସ, ତୁମକିମାଡକା ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟତ୍ରୀ ସାଗରିକା ରାଉତ, ଜବାନପଲ୍ଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ବିଶ୍ୱଜିତ୍ ଦାସ ଏବଂ ଏମପିଭି-୫୬ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ତପ ପ୍ରକାଶ ମିତ୍ର ଙ୍କୁ ଶ୍ରେଷ୍ଟ ଶିକ୍ଷକ ଭାବେ ସମ୍ବର୍ଦ୍ଧିତ କରିଥିଲେ।

  • Related Posts

    ସାହସିକତାର ଏକ ଉଦାହରଣ: କାରେଗୁଟ୍ଟା ଅପରେସନରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସାଗର ବୋରାଡେ ହରାଇଲେ ବାମ ଗୋଡ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)କାରେଗୁଟ୍ଟା ଅପରେସନ୍ ମଧ୍ୟରେ ଯେତେବେଳେ ଜଣେ ସାଥି ଯବାନ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଗୁରୁତର ଆହତ ହୋଇଥିଲେ ସେତେବେଳେ ସାଗର ବୋରାଡେ କମାଣ୍ଡାଣ୍ଟଙ୍କ ନିର୍ଦ୍ଦେଶକୁ ଖାତିର ନକରି ଆହତ ଯବାନଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ ଚେଷ୍ଟା କରୁଥିବା ସମୟରେ ଆଉ…

    ନକ୍ସଲପନ୍ଥିଙ୍କ ଶ୍ମଶାନ ପାଲଟିଲା କରେଗୁଟ୍ଟା ପାହାଡ – ଯବାନଙ୍କ ଜୋରଦାର ଆକ୍ରମଣ ; ୨୦ ରୁ ଉର୍ଦ୍ଧ୍ୱ ନକ୍ସଲ ନିପାତ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ଜିଲ୍ଲା ଏବଂ ତେଲେଙ୍ଗାନା ସୀମାବର୍ତ୍ତି କରେଗୁଟ୍ଟା ପାହାଡ଼ରେ ଚାଲିଥିବା ବୃହତ୍ତର ନକ୍ସଲ ଅପରେସନର ୧୬ତମ ଦିନରେ ସୁରକ୍ଷା ବାହିନୀ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ସଫଳତା ହାସଲ କରିଛି। ବୁଧବାର ସକାଳେ ହୋଇଥିବା…

    Leave a Reply

    Your email address will not be published. Required fields are marked *

    You cannot copy content of this page