ଭାରସାମ୍ୟ ହରାଇ ମୋଟର ସାଇକେଲ ଦୁର୍ଘଟଣାଗ୍ରସ୍ତ, ଜଣେ ଗୁରୁତର।

ବାଲିଗୁଡ଼ା(ସଞ୍ଜୟ କୁମାର ପାଣିଗ୍ରାହୀ)ଭାରସାମ୍ୟ ହରାଇ ମୋଟର ସାଇକେଲ ଦୁର୍ଘଟଣାଗ୍ରସ୍ତ । ଦୁର୍ଘଟଣାରେ ମୋଟର ସାଇକେଲ ଆରୋହୀ ଗୁରୁତର ଆହାତ ହୋଇଥିବା ଜଣାପଡ଼ିଛି । ଆହତ ଯୁବକ ଜଣକ କନ୍କୋଧମାଳ ଜିଲ୍ଲା କୋଟଗଡ଼ ଥାନା ଅନ୍ତର୍ଗତ ମାର୍ଲାଙ୍ଗା ପଞ୍ଚାୟତର ବାଡେସ୍ ଗ୍ରାମର ରୋହନ ବେହେରା ମାଝୀ ହୋଇଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ମଙ୍ଗଳବାର ରୋହନ୍ କୌଣସି କାମରେ ବାଲିଗୁଡ଼ା ଆସିଥିଲେ କାମ ସାରି ରାତିରେ ଗାଁ କୁ ଫେରିବା ବେଳେ କୁର୍ତ୍ତମଗଡ଼ ନିକଟରେ ଭାରସାମ୍ୟ ହରାଇ ମୋଟର ସାଇକେଲ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୁର୍ଘଟଣାରେ ରୋହନ ଗୁରୁତର ଆହତ ହୋଇଥିବା ବେଳେ ସ୍ଥାନୀୟ ଲୋକଙ୍କ ସହାୟତାରେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ବେଳେ ପ୍ରାଥମିକ ଚିକିତ୍ସା ପରେ ବୁଧବାର ଡାକ୍ତର ତାଙ୍କୁ ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିବା ଜଣାପଡ଼ିଛି ।

  • Related Posts

    ବିଜେପିରେ ଯୋଗ ଦେଲେ ବିଜେଡି ଜିଲ୍ଲା ଉପ ସଭାପତି।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ବିଜେପି କାର୍ଯ୍ୟାଳୟ ପରିସରରେ ଆଜି ବିଜେପି ଜିଲ୍ଲା ସଭାପତି ନିମାଇଁ ଚରଣ ପାଲଙ୍କ ନେତୃତ୍ୱରେ ବୁଥ ସ୍ତରୀୟ ନିର୍ବାଚନ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ରାଜ୍ୟରୁ ଆସିଥିବା ଜିଲ୍ଲା ପର୍ଯ୍ୟବେକ୍ଷକ ଅଜୟ କୁମାର ସ୍ୱାଇଁ,…

    ମୋବାଇଲ , ସାଇକେଲ ଚୋରି ମାମଲାରେ ୪ ନାବାଳକଙ୍କ ସମେତ ୮ ଗିରଫ ; ୧୮ ମୋବାଇଲ,୨ ସାଇକେଲ ଜବତ।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ଓର୍କେଲ ପୋଲିସକୁ ଏକ ବଡ ସଫାଳତା। ୪ ନାବାଳକ ସମେତ ମୋଟ ୮ ଜଣ ଚତୁର ଚୋରଙ୍କୁ ଗିରଫ କରିଛି ଓର୍କେଲ ପୁଲିସ। ଲୋକଙ୍କ ଆଖିରେ ଧୁଳି ଦେଇ କରୁଥିଲେ ଚୋରି ଗୃହ ଉପକରଣ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ।…

    Leave a Reply

    Your email address will not be published. Required fields are marked *

    You cannot copy content of this page