ଗାନ୍ଧୀ ଜୟନ୍ତୀରେ ପଦଯାତ୍ରା ପାଇଁ ବିଜେଡିର ପ୍ରସ୍ତୁତି ବୈଠକ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ବିଜୁ ଜନତା ଦଳ ତରଫରୁ ଆଜି ଅପରାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ମାନ୍ୟବର ପୁର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଧାୟକ ଡାବୁଗାଁ ତଥା ରାଜ୍ୟ କୋର୍ କମ୍ମିଟି ସଦସ୍ୟ ମନୋହର ରନ୍ଧାରୀ ଏକ ଦିନିଆ ମାଲକାନଗିରି ଜିଲ୍ଲା ଗସ୍ତରେ ଆସି ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀ ଠାରୁ ହେବାକୁ ଥିବା ପଦଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଠାରୁ ରାଜ୍ୟ ସ୍ତରରେ ପଦଯାତ୍ରା କରାଯିବା ପାଇଁ ସ୍ଥିର ହୋଇଛି। ଅକ୍ଟୋବର ୩ ଠାରୁ ମାଲକାନଗିରି ଜିଲ୍ଲାର ପ୍ରତ୍ୟେକ ପଞ୍ଚାୟତ , ବ୍ଲକ , ଜୋନ୍ ଏବଂ ଜିଲ୍ଲା ସ୍ତରୀୟ ପଦଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ବିଜୁ ଜନତା ଦଳ ପକ୍ଷରୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ରାଜ୍ୟ ସ୍ତରୀୟ ନେତୃ ମଣ୍ଡଳୀ ଯୋଗ ଦେବେ। ଜିଲ୍ଲା ବିଜେଡି ସଭାପତି ତଥା ପୂର୍ବତନ ବିଧାୟକ ମାନସ ମାଡକାମୀଙ୍କ ସଭାପତିତ୍ବରେ ଆଜିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ନବରଙ୍ଗପୁର ଜିଲ୍ଲା ବିଜେଡି ଉପ ସଭାପତି ବଦ୍ରି ନାରାୟଣ ସିଂ ,ବିଜେଡି ଜିଲ୍ଲା କାର୍ଯ୍ୟକାରୀ ସଭାପତି ଦୁର୍ଗା ତ୍ରିପାଠୀ ,ବିଜେଡି ଜିଲ୍ଲା ଆଇନଜୀବୀ ସାମ୍ମୁଖ୍ୟ ସଭାପତି ଗୋପାଳ କୃଷ୍ଣ ପଣ୍ଡା ,ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରି ତାଙ୍ଗୁଲ ,ବିଜେଡି ମହିଳା ଜିଲ୍ଲା ସଭାପତି ଲକ୍ଷ୍ମୀ ପ୍ରିୟା ନାୟକ ,ପୋୖରପାଳିକା ଅଧ୍ୟକ୍ଷ ମନୋଜ କୁମାର ବାରିକ ,ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ପତିତପାବନ ବୈଦ୍ୟ , ପୋୖରପାଳିକା ଉପାଧ୍ୟକ୍ଷା କବିତା ମହନ୍ତ ପ୍ରମୁଖଙ୍କ ସହ ମାଲକାନଗିରି ଜିଲ୍ଲା ବିଜୁ ଜନତା ଦଳର ସମସ୍ତ ଜିଲ୍ଲା କମ୍ମିଟି କର୍ମକର୍ତ୍ତା ,ପୂର୍ବତନ ବିଧାୟକ ଗଣ ,ପ୍ରମୁଖ ଦଳୀୟ ସଂଗଠନ,ସାମୁଖ୍ୟର ସଭାପତି , ସମସ୍ତ ଜିଲ୍ଲା ପରିଷଦ ସଭ୍ୟସଭ୍ୟା , ପୋୖରାଞ୍ଚଳ ସଭାପତି ,ପୋୖରାଞ୍ଚଳ ସଂଯୋଜକ , ନଗର ସଭାପତି,ସମସ୍ତ ବ୍ଲକ ଅଧ୍ୟକ୍ଷ, ଅଧ୍ୟକ୍ଷା ,ସମସ୍ତ ବ୍ଳକ୍ ସଭାପତି ତଥା ଜିଲ୍ଲା ଯୁବ ,ଛାତ୍ର , ମହିଳା ଜନତା ଦଳର ପଦାଧିକାରୀ ଓ ବିଜୁ ଜନତା ଦଳର ବରିଷ୍ଠ ନେତା , ସମସ୍ତ ନିର୍ବାଚିତ ପ୍ରତିନିଧି ,ସମସ୍ତ ସରପଞ୍ଚ ,ସମିତି ସଭ୍ୟସଭ୍ୟା , ସମସ୍ତ ସକ୍ରିୟ ବିଜେଡି କର୍ମକର୍ତ୍ତା ମାନେ ଯୋଗ ଦେଇଥିଲେ ।

  • Related Posts

    ସାହସିକତାର ଏକ ଉଦାହରଣ: କାରେଗୁଟ୍ଟା ଅପରେସନରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସାଗର ବୋରାଡେ ହରାଇଲେ ବାମ ଗୋଡ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)କାରେଗୁଟ୍ଟା ଅପରେସନ୍ ମଧ୍ୟରେ ଯେତେବେଳେ ଜଣେ ସାଥି ଯବାନ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଗୁରୁତର ଆହତ ହୋଇଥିଲେ ସେତେବେଳେ ସାଗର ବୋରାଡେ କମାଣ୍ଡାଣ୍ଟଙ୍କ ନିର୍ଦ୍ଦେଶକୁ ଖାତିର ନକରି ଆହତ ଯବାନଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ ଚେଷ୍ଟା କରୁଥିବା ସମୟରେ ଆଉ…

    ନକ୍ସଲପନ୍ଥିଙ୍କ ଶ୍ମଶାନ ପାଲଟିଲା କରେଗୁଟ୍ଟା ପାହାଡ – ଯବାନଙ୍କ ଜୋରଦାର ଆକ୍ରମଣ ; ୨୦ ରୁ ଉର୍ଦ୍ଧ୍ୱ ନକ୍ସଲ ନିପାତ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ଜିଲ୍ଲା ଏବଂ ତେଲେଙ୍ଗାନା ସୀମାବର୍ତ୍ତି କରେଗୁଟ୍ଟା ପାହାଡ଼ରେ ଚାଲିଥିବା ବୃହତ୍ତର ନକ୍ସଲ ଅପରେସନର ୧୬ତମ ଦିନରେ ସୁରକ୍ଷା ବାହିନୀ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ସଫଳତା ହାସଲ କରିଛି। ବୁଧବାର ସକାଳେ ହୋଇଥିବା…

    Leave a Reply

    Your email address will not be published. Required fields are marked *

    You cannot copy content of this page