କୁର୍ଙ୍ଗୁଲି ନାଳରେ କାର ଦୁର୍ଘଟଣା, ଅଳ୍ପେକ ବର୍ତ୍ତିଲେ ଚାଳକ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ ନିକଟସ୍ଥ କୁର୍ଙ୍ଗୁଲି ନାଳରେ ଏକ କାର ଦୁର୍ଘଟଣା ଘଟି ଅଳ୍ପେକ ବର୍ତ୍ତିଲେ ଚାଳକ । ସୂଚନା ପ୍ରକାରେ ଶନିବାର ବାଲିଗୁଡା ପଟରୁ ଓଆର୍ ୦୭ ଭି ୩୬୧୬ କାର ଦ୍ରୁତ ଗତିରେ ଫୁଲବାଣୀ ଯାଉଥିବା ବେଳେ ସାରଙ୍ଗଗଡ ଅନ୍ତର୍ଗତ କୁର୍ଙ୍ଗୁଲି ନାଳରେ ଏକ ଆମ୍ବ ଗଛକୁ ଧକ୍କା ଦେଇ ନାଳ ଭିତରକୁ ଓଲଟି ପଡିଥିଲା। କାରରେ ଦୁଇଜଣ ବ୍ୟକ୍ତି ଯାଉଥିବା ବେଳେ ଚାଳକ ସାମାନ୍ୟ ଆହତ ହୋଇ ଅଳ୍ପେକ ବର୍ତ୍ତି ଯାଇଛନ୍ତି। ଏହି ଦୁର୍ଘଟଣା ଦେଖି ସମାଜ ସେବୀ ଅରୁଣ ଭାଇ ଓ ଶିବାନୀବସ୍ କଣ୍ଡକ୍ଟର ନାଳ ଭିତରୁ ଦୁର୍ଘଟଣା ବ୍ୟକ୍ତିମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସକୁ ଯୋଗାଯୋଗ କରି ଦୁର୍ଘଟଣା ଗ୍ରସ୍ତଙ୍କୁ କ.ନୂଆଁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ପଠାଇଥିଲେ।

  • Related Posts

    ବିଜେପିରେ ଯୋଗ ଦେଲେ ବିଜେଡି ଜିଲ୍ଲା ଉପ ସଭାପତି।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ବିଜେପି କାର୍ଯ୍ୟାଳୟ ପରିସରରେ ଆଜି ବିଜେପି ଜିଲ୍ଲା ସଭାପତି ନିମାଇଁ ଚରଣ ପାଲଙ୍କ ନେତୃତ୍ୱରେ ବୁଥ ସ୍ତରୀୟ ନିର୍ବାଚନ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ରାଜ୍ୟରୁ ଆସିଥିବା ଜିଲ୍ଲା ପର୍ଯ୍ୟବେକ୍ଷକ ଅଜୟ କୁମାର ସ୍ୱାଇଁ,…

    ମୋବାଇଲ , ସାଇକେଲ ଚୋରି ମାମଲାରେ ୪ ନାବାଳକଙ୍କ ସମେତ ୮ ଗିରଫ ; ୧୮ ମୋବାଇଲ,୨ ସାଇକେଲ ଜବତ।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ଓର୍କେଲ ପୋଲିସକୁ ଏକ ବଡ ସଫାଳତା। ୪ ନାବାଳକ ସମେତ ମୋଟ ୮ ଜଣ ଚତୁର ଚୋରଙ୍କୁ ଗିରଫ କରିଛି ଓର୍କେଲ ପୁଲିସ। ଲୋକଙ୍କ ଆଖିରେ ଧୁଳି ଦେଇ କରୁଥିଲେ ଚୋରି ଗୃହ ଉପକରଣ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ।…

    Leave a Reply

    Your email address will not be published. Required fields are marked *

    You cannot copy content of this page