ମା ‘ପାଟଖଣ୍ଡା ମାର୍କେଟ ବ୍ୟବସାୟୀ ସଂଘ ତରଫରୁ ଦୀପାବଳି ଉପଲକ୍ଷେ ଦୀପଦାନ ସହ ପ୍ରସାଦ ବଣ୍ଟନ।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ମନ୍ଦିର ଚତୁଃପାର୍ଶ୍ଵ ରେ ଥିବା ସମସ୍ତ ବ୍ୟବସାୟୀ ବନ୍ଧୁ ମାନେ ଏକତ୍ରିତ ହୋଇ ମା ‘ପାଟଖଣ୍ଡା ମାର୍କେଟ ବ୍ୟବସାୟୀ ସଂଘ ତରଫରୁ ପ୍ରଥମ ଥର ପାଇଁ ଶ୍ୟାମା କାଳୀ ପୂଜା ଓ ଦୀପାବଳି ଉତ୍ସବ ଉପଲକ୍ଷେ ଶୁକ୍ରବାର ସନ୍ଧ୍ୟାରେ ସମସ୍ତ ବ୍ୟବସାୟୀ ବନ୍ଧୁ ମା’ ପାଟଖଣ୍ଡାଙ୍କ ନିକଟକୁ ଯାଇ ସେଠାରେ ଦୀପ ଲଗାଇ ପ୍ରସାଦ କୁ ପୂଜାର୍ଚନା କରିବା ପରେ ସମଗ୍ର ମାର୍କେଟରେ ନିଜ ନିଜ ଦୋକାନ ସମ୍ମୁଖରେ ଦୀପ ଲଗାଇବା ସହ ପ୍ରସାଦ ବଣ୍ଟନ କରାଯାଇଥିଲା l ଏହି ଅବସରରେ ଏଥିରେ ମାର୍କେଟ ସଂଘର ସତ୍ୟ ନାରାୟଣ ପାଢ଼ୀ, କାଳିନ୍ଦୀ ଚରଣ ପଣ୍ଡା, ପୁରୁଷୋତ୍ତମ ଡାକୁଆ, ପଦ୍ମନାଭ ପାଣିଗ୍ରାହୀ, ମନୋରଞ୍ଜନ ମହାପାତ୍ର, ସୁଶାନ୍ତ କୁମାର ପାଣିଗ୍ରାହୀ, ଧର୍ମେନ୍ଦ୍ର ପାଣିଗ୍ରାହୀ, ଆନନ୍ଦ ଦାସ ଙ୍କ ସମେତ ସଂଘର ସମସ୍ତ ସଦସ୍ୟ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ।

  • Related Posts

    ବିଜେପିରେ ଯୋଗ ଦେଲେ ବିଜେଡି ଜିଲ୍ଲା ଉପ ସଭାପତି।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ବିଜେପି କାର୍ଯ୍ୟାଳୟ ପରିସରରେ ଆଜି ବିଜେପି ଜିଲ୍ଲା ସଭାପତି ନିମାଇଁ ଚରଣ ପାଲଙ୍କ ନେତୃତ୍ୱରେ ବୁଥ ସ୍ତରୀୟ ନିର୍ବାଚନ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ରାଜ୍ୟରୁ ଆସିଥିବା ଜିଲ୍ଲା ପର୍ଯ୍ୟବେକ୍ଷକ ଅଜୟ କୁମାର ସ୍ୱାଇଁ,…

    ମୋବାଇଲ , ସାଇକେଲ ଚୋରି ମାମଲାରେ ୪ ନାବାଳକଙ୍କ ସମେତ ୮ ଗିରଫ ; ୧୮ ମୋବାଇଲ,୨ ସାଇକେଲ ଜବତ।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ଓର୍କେଲ ପୋଲିସକୁ ଏକ ବଡ ସଫାଳତା। ୪ ନାବାଳକ ସମେତ ମୋଟ ୮ ଜଣ ଚତୁର ଚୋରଙ୍କୁ ଗିରଫ କରିଛି ଓର୍କେଲ ପୁଲିସ। ଲୋକଙ୍କ ଆଖିରେ ଧୁଳି ଦେଇ କରୁଥିଲେ ଚୋରି ଗୃହ ଉପକରଣ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ।…

    Leave a Reply

    Your email address will not be published. Required fields are marked *

    You cannot copy content of this page