ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି ବୈଠକ ଅନୁଷ୍ଠିତ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଡିଏନକେ ଖେଳ ପଡିଆ ପରିସରରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ଅନୁଷ୍ଠିତ ହେବ। ଏଥର ଏହାକୁ କିପରି ଅଧିକ ଭଲ କରିହେବ, ବିଶେଷକରି ପ୍ୟାରେଡ୍ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦିକୁ ଆକର୍ଷଣୀୟ କରିବା ଉପରେ ଗୁରୁତ୍ବ ଦିଆଯାଇଛି। ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏହି ଦିବସ ପାଳନ ନେଇ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ପୌରୋହିତ୍ୟ କରି ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଏହା କହିଛନ୍ତି। ବୈଠକ ନିଷ୍ପତ୍ତି ଅନୁଯାୟୀ, ଜାନୁଆରୀ ୨୨, ୨୩ରେ ପ୍ରତ୍ୟେହ ଅପରାହ୍ନ ୩ ଟା ଏବଂ ୨୪ ତାରିଖ ସକାଳ ୭ ଟା ୩୦ରେ ଡିଏନକେ ଖେଳ ପଡିଆ ପରିସରରେ ଅଭ୍ୟାସ ପ୍ୟାରେଡ୍ ଅନୁଷ୍ଠିତ ହେବ। ପ୍ୟାରେଡରେ ସପ୍ତମ ରୁ ଦଶମ ଓ କଲେଜ ଛାତ୍ରଛାତ୍ରୀ ମାନେ ଅଂଶ ଗ୍ରହଣ କରିବେ। ଏହାବାଦ୍ ବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରରେ ବକ୍ତୃତା, ପ୍ରବନ୍ଧ ଦେଶାତ୍ମବୋଧକ ସଙ୍ଗୀତ ଓ ଚିତ୍ରାଙ୍କନ ପ୍ରତିଯୋଗୀତା ଆୟୋଜନ କରାଯିବ। ଜାନୁଆରୀ ୨୬ ପ୍ରାତଃ ୪ ଟା ୩୦ ରେ ରାମଧୁନ, ସକାଳ ୭ ଟା ୩୦ ରେ ବିଭିନ୍ନ ଅନୁଷ୍ଠାନ ଗୁଡ଼ିକ ଦ୍ବାରା ଜାତୀୟ ପତାକା ଉତ୍ତୋଳନ ଏବଂ ସକାଳ ୯ ଟାରେ ଜିଲ୍ଲାସ୍ତରୀୟ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ବିଭିନ୍ନ ବିଭାଗ ଦ୍ଵାରା ପ୍ରଜ୍ଞାପନ ମେଢ ପ୍ୟାରେଡ୍ ସମୟରେ ପ୍ରଦର୍ଶିତ ହେବ। ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ତପନ ନାରାୟଣ ରଥ ଓ ଉପ ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ ପ୍ରମୁଖ ଏଥିରେ ଅଂଶ ଗ୍ରହଣ କରିଥିଲେ। ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ ସମସ୍ତଙ୍କୁ ସ୍ୱାଗତ କରିବା ସହ ପୂର୍ବ ବର୍ଷର ବିବରଣୀ ପାଠ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ, ସ୍ୱେଚ୍ଛାସେବୀ ସଂଗଠନର ସଦସ୍ୟ ଉପସ୍ଥିତ ଥିଲେ।

  • Related Posts

    ସାହସିକତାର ଏକ ଉଦାହରଣ: କାରେଗୁଟ୍ଟା ଅପରେସନରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସାଗର ବୋରାଡେ ହରାଇଲେ ବାମ ଗୋଡ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)କାରେଗୁଟ୍ଟା ଅପରେସନ୍ ମଧ୍ୟରେ ଯେତେବେଳେ ଜଣେ ସାଥି ଯବାନ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଗୁରୁତର ଆହତ ହୋଇଥିଲେ ସେତେବେଳେ ସାଗର ବୋରାଡେ କମାଣ୍ଡାଣ୍ଟଙ୍କ ନିର୍ଦ୍ଦେଶକୁ ଖାତିର ନକରି ଆହତ ଯବାନଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ ଚେଷ୍ଟା କରୁଥିବା ସମୟରେ ଆଉ…

    ନକ୍ସଲପନ୍ଥିଙ୍କ ଶ୍ମଶାନ ପାଲଟିଲା କରେଗୁଟ୍ଟା ପାହାଡ – ଯବାନଙ୍କ ଜୋରଦାର ଆକ୍ରମଣ ; ୨୦ ରୁ ଉର୍ଦ୍ଧ୍ୱ ନକ୍ସଲ ନିପାତ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ଜିଲ୍ଲା ଏବଂ ତେଲେଙ୍ଗାନା ସୀମାବର୍ତ୍ତି କରେଗୁଟ୍ଟା ପାହାଡ଼ରେ ଚାଲିଥିବା ବୃହତ୍ତର ନକ୍ସଲ ଅପରେସନର ୧୬ତମ ଦିନରେ ସୁରକ୍ଷା ବାହିନୀ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ସଫଳତା ହାସଲ କରିଛି। ବୁଧବାର ସକାଳେ ହୋଇଥିବା…

    Leave a Reply

    Your email address will not be published. Required fields are marked *

    You cannot copy content of this page