ଦଶମ ଶ୍ରେଣୀ ଛାତ୍ରୀ ପ୍ରସବ ଘଟଣା, ମାଟ୍ରନ ବହିଷ୍କାର ; ଏଏନଏମ ଏବଂ ପ୍ରଧାନଶିକ୍ଷକଙ୍କ ନିଲମ୍ବିତ।

ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାର ସରକାରୀ ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରୀ ପ୍ରସବ ଘଟଣାରେ ଜିଲ୍ଲା ପ୍ରଶାସନ ଦ୍ୱାରା ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗତକାଲି ରାତିରେ ଏହି ଘଟଣା ଘଟିଥିବା ବେଳେ ଲେଡି ମାଟ୍ରନ ସୁଚିତ୍ରା ଚର୍ଚ୍ଚିଙ୍କୁ ତୁରନ୍ତ ତାଙ୍କ ପଦରୁ ବହିଷ୍କାର କରାଯାଇଛି। ସେହିପରି ଏଏନଏମ କବିତା କୁମାରୀ ପାତ୍ରଙ୍କୁ ନିଲମ୍ବନ କରାଯାଇଛି। ଅନ୍ୟପଟେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଜିତ କୁମାର ମାଡ଼କାମୀଙ୍କ ନିଲମ୍ବନ ପାଇଁ ସରକାରଙ୍କୁ ସୁପାରିଶ କରାଯାଇଛି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଦଶମ ଶ୍ରେଣୀର ଛାତ୍ରୀ କିପରି ହଷ୍ଟେଲ ରହିଥିବା ବେଳେ ଗର୍ଭବତୀ ଥିବା କଥା କେହି ଜାଣି ପାରିଲେନି ଓ କିପରି ତାଙ୍କର ପ୍ରସାବ ହେଲା ଏହା ଏକ ବଡ ପ୍ରଶ୍ନ ସୃଷ୍ଟି କରିଥିବା ବେଳେ ପ୍ରଶାସନ ପକ୍ଷରୁ ତଦନ୍ତ କରି ଘଟଣା ଉପରେ ତ୍ଵରିତ ପଦକ୍ଷେପ ନିଆଯାଇଛି। ଅନ୍ୟ ପକ୍ଷରେ ସମ୍ପୃକ୍ତ ଯୁବକଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରିବା ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ଚିତ୍ରକୋଣ୍ଡା ପୁଲିସ।

  • Related Posts

    ସାହସିକତାର ଏକ ଉଦାହରଣ: କାରେଗୁଟ୍ଟା ଅପରେସନରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସାଗର ବୋରାଡେ ହରାଇଲେ ବାମ ଗୋଡ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)କାରେଗୁଟ୍ଟା ଅପରେସନ୍ ମଧ୍ୟରେ ଯେତେବେଳେ ଜଣେ ସାଥି ଯବାନ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଗୁରୁତର ଆହତ ହୋଇଥିଲେ ସେତେବେଳେ ସାଗର ବୋରାଡେ କମାଣ୍ଡାଣ୍ଟଙ୍କ ନିର୍ଦ୍ଦେଶକୁ ଖାତିର ନକରି ଆହତ ଯବାନଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ ଚେଷ୍ଟା କରୁଥିବା ସମୟରେ ଆଉ…

    ନକ୍ସଲପନ୍ଥିଙ୍କ ଶ୍ମଶାନ ପାଲଟିଲା କରେଗୁଟ୍ଟା ପାହାଡ – ଯବାନଙ୍କ ଜୋରଦାର ଆକ୍ରମଣ ; ୨୦ ରୁ ଉର୍ଦ୍ଧ୍ୱ ନକ୍ସଲ ନିପାତ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ଜିଲ୍ଲା ଏବଂ ତେଲେଙ୍ଗାନା ସୀମାବର୍ତ୍ତି କରେଗୁଟ୍ଟା ପାହାଡ଼ରେ ଚାଲିଥିବା ବୃହତ୍ତର ନକ୍ସଲ ଅପରେସନର ୧୬ତମ ଦିନରେ ସୁରକ୍ଷା ବାହିନୀ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ସଫଳତା ହାସଲ କରିଛି। ବୁଧବାର ସକାଳେ ହୋଇଥିବା…

    Leave a Reply

    Your email address will not be published. Required fields are marked *

    You cannot copy content of this page