ଓଡ଼ିଆ ପକ୍ଷ ନେଇ ପାରମ୍ପରିକ ଖାଦ୍ୟ ଦିବସ।

ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ଓଡ଼ିଆ ପକ୍ଷ ପାଳନର ୧୩ ତମ ଦିବସକୁ ପାରମ୍ପରିକ ଖାଦ୍ୟ ଦିବସ ଭାବେ ପାଳନ କରାଯାଇଛି। ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଶ୍ରୀ ଜଗନ୍ନାଥ ମନ୍ଦିର ଠାରେ ପାରମ୍ପରିକ ଓଡ଼ିଆ ଖାଦ୍ୟ ପ୍ରସ୍ତୁତ କରାଯାଇ ଏହି ଦିବସକୁ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ, ଜିଲ୍ଲା ସଂସ୍କୃତି ଅଧିକାରୀ ସନ୍ତ୍ରାସ ନାରାୟଣ ପଣ୍ଡା, ପୌର ପରିଷଦ ଅଧ୍ୟକ୍ଷ ମନୋଜ ବାରିକ ଓ ଉପାଧ୍ୟକ୍ଷା କବିତା ମହନ୍ତ ଯୋଗ ଦେଇଥିଲେ। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଧାନ ଏହି ଅବସରରେ କହିଛନ୍ତି ଯେ ଓଡ଼ିଆ ଘର ଖାଦ୍ୟ ଯେ କେବଳ ସ୍ୱାଦ ଦୃଷ୍ଟିରୁ ଉନ୍ନତ ତାହା ନୁହେଁ, ବରଂ ସ୍ୱାସ୍ଥ୍ୟ ଓ ଶରୀର ପାଇଁ ଆବଶ୍ୟକ ଥିବା ପ୍ରତ୍ୟେକ ପୋଷକତତ୍ତ୍ୱରେ ଭରପୂର । ବୈଜ୍ଞାନିକ, ଜୈବିକ ତଥା ଆୟୁର୍ବେଦିକ ଉପାଦାନଗୁଡ଼ିକର ଆବଶ୍ୟକତା ଦୃଷ୍ଟିରୁ ଅନେକ ଓଡ଼ିଆ ବ୍ୟଞ୍ଜନ ଅତ୍ୟନ୍ତ ଉପଯୋଗୀ । ଆମ ହାଣ୍ଡିଶାଳରୁ ହଜି ଯାଉଥିବା ଏହିସବୁ ବ୍ୟଞ୍ଜନଗୁଡ଼ିକୁ ତଥା ଅନେକ ଓଡ଼ିଆ ଘରର ପିଠା, ପଣା ଆଦିକୁ ଆଜିର ପିଢ଼ି ମଧ୍ୟରେ ପୁନଃ ଆଦୃତ କରାଇବା ଏହି ଦିବସର ମୂଳ ଲକ୍ଷ୍ଯ ବୋଲି ସେ ମତ ପ୍ରକାଶ କରିଛନ୍ତି। ଉପ ଜିଲ୍ଲାପାଳ ଶ୍ରୀ ଭୋଇ କହିଛନ୍ତି ଯେ ଆଜିର ଦିବସରେ ନିଜ ଘରେ ପାରମ୍ପରିକ ଓଡ଼ିଆ ଖାଦ୍ୟ ପ୍ରସ୍ତୁତ କରି ନିଜେ ଖାଇବା ସହ ଅନ୍ୟକୁ ଖୁଆଇ ଧୁମଧାମରେ ଏହି ଦିବସକୁ ପ୍ରତ୍ୟେକ ଓଡ଼ିଆ ପାଳନ କରିବା ଉଚିତ୍। ଭାରପ୍ରାପ୍ତ ପୌର ପରିଷଦ ନିର୍ବାହୀ ଅଧିକାରୀ ଅଶୋକ ଚକ୍ରବର୍ତ୍ତୀଙ୍କ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଅନୁରୂପ ଭାବେ ଜିଲ୍ଲାର ସମସ୍ତ ବ୍ଲକରେ ମଧ୍ୟ ପାରମ୍ପରିକ ଖାଦ୍ୟ ଦିବସ ପାଳନ କରାଯାଇଛି। ଅନ୍ୟ ମାନଙ୍କ ମଧ୍ୟରେ ପୌର ପରିଷଦ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଓ ମନ୍ଦିର ପ୍ରଶାସନ ପକ୍ଷରୁ ମୁଖ୍ୟ ପୁରୋହିତ ବିନାୟକ ଶତପଥି ଉପସ୍ଥିତ ଥିଲେ।

  • Related Posts

    ସାହସିକତାର ଏକ ଉଦାହରଣ: କାରେଗୁଟ୍ଟା ଅପରେସନରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସାଗର ବୋରାଡେ ହରାଇଲେ ବାମ ଗୋଡ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)କାରେଗୁଟ୍ଟା ଅପରେସନ୍ ମଧ୍ୟରେ ଯେତେବେଳେ ଜଣେ ସାଥି ଯବାନ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଗୁରୁତର ଆହତ ହୋଇଥିଲେ ସେତେବେଳେ ସାଗର ବୋରାଡେ କମାଣ୍ଡାଣ୍ଟଙ୍କ ନିର୍ଦ୍ଦେଶକୁ ଖାତିର ନକରି ଆହତ ଯବାନଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ ଚେଷ୍ଟା କରୁଥିବା ସମୟରେ ଆଉ…

    ନକ୍ସଲପନ୍ଥିଙ୍କ ଶ୍ମଶାନ ପାଲଟିଲା କରେଗୁଟ୍ଟା ପାହାଡ – ଯବାନଙ୍କ ଜୋରଦାର ଆକ୍ରମଣ ; ୨୦ ରୁ ଉର୍ଦ୍ଧ୍ୱ ନକ୍ସଲ ନିପାତ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ଜିଲ୍ଲା ଏବଂ ତେଲେଙ୍ଗାନା ସୀମାବର୍ତ୍ତି କରେଗୁଟ୍ଟା ପାହାଡ଼ରେ ଚାଲିଥିବା ବୃହତ୍ତର ନକ୍ସଲ ଅପରେସନର ୧୬ତମ ଦିନରେ ସୁରକ୍ଷା ବାହିନୀ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ସଫଳତା ହାସଲ କରିଛି। ବୁଧବାର ସକାଳେ ହୋଇଥିବା…

    Leave a Reply

    Your email address will not be published. Required fields are marked *

    You cannot copy content of this page