ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ ମାଲକାନଗିରି ଗସ୍ତ ; ବନ୍ୟା କ୍ଷୟକ୍ଷତି ସମୀକ୍ଷା।

ସାତ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତି ଆକଳନ ରିପୋର୍ଟ ପ୍ରେରଣ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମାଲକାନଗିରି(କ୍ରୋନିକ ଓଡ଼ିଶା)ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦିନିକିଆ ମାଲକାନଗିରି ଜିଲ୍ଲା ଗସ୍ତ କରି ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ, ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ, ମନୋଜ ଆହୁଜା,ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ୍ କମିଶନର, ଦେଓ ରଞ୍ଜନ ସିଂ, ନବରଙ୍ଗପୁର ସାଂସଦ, ବଳଭଦ୍ର ମାଝୀ, ମାଲକାନଗିରି ବିଧାୟକ, ନରସିଂହ ମାଡକାମୀ, ଦକ୍ଷିଣାଞ୍ଚଳ ଡିଆଇଜି, ଚରଣ ସିଂ ମୀନା, ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଓ ଆରକ୍ଷୀ ଅଧିକ୍ଷକ, ନୀତେଶ ୱାଧୱାନୀ ମଞ୍ଚାସିନ ଥିଲେ।ସାତ ଦିନ ମଧ୍ୟରେ ସମସ୍ତ କ୍ଷୟକ୍ଷତିର ଆକଳନ କରି ରିପୋର୍ଟ ପ୍ରେରଣ କରିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଗ୍ରାଧିକାର ଭିତ୍ତିରେ ଭାଙ୍ଗି ଯାଇଥିବା କଚ୍ଚା ଘର ନିମନ୍ତେ ସହାୟତା ଓ ବିଜୁଳି ସଂଯୋଗିକରଣ ନିମନ୍ତେ ସେ ଗୁରୁତ୍ଵାରୋପ କରିଛନ୍ତି। ଜଣେ ମଧ୍ୟ ପ୍ରଭାବିତ ବ୍ୟକ୍ତି ସରକାରୀ ସହାୟତା ପାଇବାରୁ ଯେପରି ବଞ୍ଚିତ ନ ହୁଅନ୍ତି ସେଥି ନିମନ୍ତେ ପ୍ରଯତ୍ନ ହେବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରବଳ ବର୍ଷା ଯୋଗୁଁ ଜଳ ଜନିତ ରୋଗକୁ ପ୍ରତିହତ କରିବା ପାଇଁ ପର୍ଯ୍ୟାପ୍ତ ପରିମାଣରେ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ପାଇଁ କୁହାଯାଇଛି।ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନର ବ୍ୟାପକ ପୂର୍ବ ପ୍ରସ୍ତୁତି ଯୋଗୁଁ ଜିରୋ କାଜ୍ଵଲ୍ଟି ସମ୍ଭବ ହୋଇପାରିଛି ବୋଲି ମଧ୍ୟ ସେ ମତ ପ୍ରକାଶ କରିଛନ୍ତି। ପ୍ରତିଦିନ ପାଣିପାଗ ବିଭାଗଠାରୁ ପ୍ରାପ୍ତ ସୂଚନା ଅନୁଯାୟୀ ସତର୍କ ସୂଚନା ସଂପୃକ୍ତ ଜିଲ୍ଲାମାନଙ୍କୁ ନିରନ୍ତର ଭାବେ ପ୍ରେରଣ କରାଯାଉଥିଲା । ଏଥିସହିତ ରାଜ୍ୟ ଆପଦକାଳୀନ ପରିଚାଳନା କେନ୍ଦ୍ରରୁ ୨୪ ଘଣ୍ଟିଆ ଭାବେ ପରିସ୍ଥିତି ଉପରେ ନଜର ରଖାଯାଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ଏହିଭଳି ସମ୍ବେଦନଶୀଳ ସମୟରେ ଓଡରାଫ ଓ ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ସେବା ପ୍ରଶଂସନୀୟ ବୋଲି ରାଜସ୍ୱ ମନ୍ତ୍ରୀ ଶ୍ରୀ ପୂଜାରୀ ମତବ୍ୟକ୍ତ କରିଛନ୍ତି। ଓଡ଼ିଶା ରିଲିଫ୍ କୋଡ ଅନୁଯାୟୀ ସମସ୍ତ କ୍ଷୟକ୍ଷତିର ଆକଳନ କରାଯାଇ ପର୍ଯ୍ୟାପ୍ତ ସହଯୋଗ ରାଶି ପ୍ରଦାନ କରାଯିବ ବୋଲି ଶ୍ରୀ ପୂଜାରୀ କହିଛନ୍ତି।ବୈଠକ ଆରମ୍ଭରେ ଜିଲ୍ଲାପାଳ ପ୍ରବଳ ବର୍ଷାକୁ ମୁକାବିଲା କରିବା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ନେଇ ବିସ୍ତୃତ ଭାବରେ ଉପସ୍ଥାପନ କରିଥିଲେ। ସୂଚନା ଥାଉ କି ଭାରତ ପାଣିପାଗ ବିଭାଗ, ଭୁବନେଶ୍ୱର ଠାରୁ ପ୍ରାପ୍ତ ସୂଚନା ମୁତାବକ ସେପ୍ଟେମ୍ବର ୫ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଏହା କ୍ରମେ ଘନୀଭୂତ ହୋଇ ୮ ତାରିଖରେ ଗଭୀର ଅବପାତରେ ପରିଣତ ହୋଇଥିଲା । ଏହାର ପ୍ରଭାବରେ ୯ ଏବଂ ୧୦ ତାରିଖରେ ମାଲକାନାଗିରି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇଥିଲା । ଏଥି ନିମନ୍ତେ ମୁଖ୍ୟମନ୍ତ୍ରୀ ଆକାଶମାର୍ଗରେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ବିଏସଏଫ୍ ହେଲିପ୍ୟାଡଠାରେ ଅବତରଣ କରିଥିଲେ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ଯୁଗ୍ମ ସଚିବ, ତ୍ରିଲୋଚନ ମହାନ୍ତିଙ୍କ ସମେତ ବରିଷ୍ଠ ଅଧିକାରୀ ଓ ଜିଲ୍ଲାସ୍ତରୀୟ ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ।

  • Related Posts

    ଜିଲ୍ଲା ସ୍ତରୀୟ ଜୁନିୟର ରେଡ଼କ୍ରସ ଶିକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ସହିଦ ଲକ୍ଷ୍ମଣ ନାୟକ ଉଚ୍ଚ ବିଦ୍ୟାଳୟ, ଶିଖପାଲ୍ଲୀ ଠାରେ ତିନି ଦିନିଆ ଜିଲ୍ଲା ସ୍ତରୀୟ ଜୁନିୟର ରେଡ଼କ୍ରସ ଶିକ୍ଷା ପ୍ରଶିକ୍ଷଣ ଶିବିର ଜିଲ୍ଲା ଶିକ୍ଷାଧିକାରୀ ବିଶ୍ଵନାଥ ସାହୁଙ୍କ ସଭାପତିତ୍ବରେ ଉଦଘାଟିତ ହୋଇଯାଇଛି।ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…

    ଜିଲ୍ଲା ରେଡକ୍ରସ ସୋସାଇଟି ପକ୍ଷରୁ ରକ୍ତଦାନ ଶିବିର।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ରକ୍ତ ଦାନ ଏକ ମହତ ଦାନ। ରକ୍ତ ଅଭାବ କାରଣରୁ ଚିକିତ୍ସାଧିନ ଅବସ୍ଥାରେ ଅନେକ ଲୋକଙ୍କ ଜୀବନ ଚାଲି ଯାଇଥାଏ। ରକ୍ତ ଦାନ କରିବା ଦ୍ୱାରା ଅନେକ ଲୋକଙ୍କ ଜୀବନ ବଞ୍ଚି ପାରିବ । ଏସବୁକୁ ଦୃଷ୍ଟିରେ ରଖି ମାଲକାନଗିରି…

    Leave a Reply

    Your email address will not be published. Required fields are marked *

    You cannot copy content of this page