ବିଶ୍ଵବିନ୍ଧାଣୀ ବିଶ୍ଵକର୍ମାଙ୍କ ପୂଜା ପାଳିତ : ଉତ୍ସବମୁଖର ବାଲିଗୁଡା ସହର।

ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ)ବିଶ୍ଵ ବିନ୍ଧାଣୀ ବିଶ୍ଵକର୍ମାଙ୍କ ପୂଜା ବାଲିଗୁଡା ସହର ସମେତ ଆଖପାଖ ଅଞ୍ଚଳରେ ବେଶ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ସହରର ବିଭିନ୍ନ ସ୍ଥାନରେ ଦେବଶିଳ୍ପୀ ବିଶ୍ଵକର୍ମାଙ୍କ ପୂଜାକୁ ନେଇ ଉତ୍ସାହ ଦେଖିବାକୁ ମିଳିଛି। ଏନେଇ ଛୋଟ ବଡ ପ୍ରାୟ ୩୦ଟି ମଣ୍ଡପରେ ପୂଜା ଆୟୋଜନ କରାଯାଇଛି। ସୁଉଚ୍ଚ ତୋରଣ ସାଙ୍ଗକୁ ରଙ୍ଗୀନ ଆଲୋକମାଳା ଏପରିକି ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମର ଭରପୁର ମଜା ଉଠାଇଥିଲେ ଦର୍ଶକ। ଟାଉନର ବିଭିନ୍ନ ଗ୍ୟାରେଜ, ସର୍ଭିସ ସେଣ୍ଟର, ଶୋ’ରୁମ୍‌ ଠାରେ ବିଶ୍ଵକର୍ମା ପୂଜା ଅନୁଷ୍ଠିତ ହୋଇଛି। ଏହା ସହିତ ସହରରେ ବିଦ୍ୟୁତ ବିଭାଗ, ପୂର୍ତ୍ତ ବିଭାଗ, ଗ୍ରାମ୍ୟ ଜଳ ଯୋଗାଣ ବିଭାଗ, ଘରୋଇ ମୋଟର କର୍ମଚାରୀ ସଂଘ ଓ ମହାରଣା ଇଣ୍ଟରରିୟର ଓ ଡିଜାଇନ ପରିସରରେ ମଧ୍ୟ ବିଶ୍ୱକର୍ମା ପୂଜା ପାଳନ କରାଯାଇଛି । ଅନେକ ପୂଜା ମଣ୍ଡପରେ ବିଶ୍ୱକର୍ମା ମୂର୍ତ୍ତି ଓ ମେଢ ବେଶ ଆକର୍ଷଣୀୟ ହୋଇଥିବା ବେଳେ କେଉଁଠି ସାମ୍ପ୍ରତିକ ଘଟଣାବଳୀକୁ ନେଇ ତ ଆଉ କେଉଁଠି ପୌରାଣିକ କଥାବସ୍ତୁକୁ ନେଇ ମୁର୍ତ୍ତି ନିର୍ମାଣ ହୋଇଛି।

  • Related Posts

    ବିଜେପିରେ ଯୋଗ ଦେଲେ ବିଜେଡି ଜିଲ୍ଲା ଉପ ସଭାପତି।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ବିଜେପି କାର୍ଯ୍ୟାଳୟ ପରିସରରେ ଆଜି ବିଜେପି ଜିଲ୍ଲା ସଭାପତି ନିମାଇଁ ଚରଣ ପାଲଙ୍କ ନେତୃତ୍ୱରେ ବୁଥ ସ୍ତରୀୟ ନିର୍ବାଚନ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ରାଜ୍ୟରୁ ଆସିଥିବା ଜିଲ୍ଲା ପର୍ଯ୍ୟବେକ୍ଷକ ଅଜୟ କୁମାର ସ୍ୱାଇଁ,…

    ମୋବାଇଲ , ସାଇକେଲ ଚୋରି ମାମଲାରେ ୪ ନାବାଳକଙ୍କ ସମେତ ୮ ଗିରଫ ; ୧୮ ମୋବାଇଲ,୨ ସାଇକେଲ ଜବତ।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ଓର୍କେଲ ପୋଲିସକୁ ଏକ ବଡ ସଫାଳତା। ୪ ନାବାଳକ ସମେତ ମୋଟ ୮ ଜଣ ଚତୁର ଚୋରଙ୍କୁ ଗିରଫ କରିଛି ଓର୍କେଲ ପୁଲିସ। ଲୋକଙ୍କ ଆଖିରେ ଧୁଳି ଦେଇ କରୁଥିଲେ ଚୋରି ଗୃହ ଉପକରଣ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ।…

    Leave a Reply

    Your email address will not be published. Required fields are marked *

    You cannot copy content of this page