ମାଲକାନଗିରି(କ୍ରୋନିକ ଓଡ଼ିଶା)ଜିଲ୍ଲା ପ୍ରଶାସନ ପକ୍ଷରୁ ଅକ୍ଟୋବର ୨ ରେ ପୁରୁଣା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଗାନ୍ଧୀ ଜୟନ୍ତୀ ପାଳନ କରାଯିବ। ସେଥି ନିମନ୍ତେ ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଉଚ୍ଚ ବିଦ୍ୟାଳୟ ସ୍ତରୀୟ ଚିତ୍ରାଙ୍କନ, ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତା ଆୟୋଜନ କରାଯାଇଛି। ଆଜି ଜିଲ୍ଳାର ବିଭିନ୍ନ ବିଦ୍ୟାଳୟର ୬୫ ଜଣ ଛାତ୍ରଛାତ୍ରୀ ଏହି ପ୍ରତିଯୋଗିତାରେ ଭାଗ ନେଇଛନ୍ତି । ବକ୍ତୃତା ପ୍ରତିଯୋଗିତାରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ, ପ୍ରମିଳା ମାଝୀ, ଓଡ଼ିଆ ବିଭାଗ ଅଧ୍ୟାପିକା, ଇନ୍ଦୁରେଖା ପଟ୍ଟନାୟକ ଓ ସରୋଜ ପଟ୍ଟନାୟକ ବିଚାରକ ଥିଲେ। ଏହି କାର୍ଯ୍ୟକ୍ରମକୁ ଆୟୋଜନ କରିବାରେ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରିନ୍ସିପାଲ, ଦୁଷ୍ମନ୍ତ ଜେନା ଓ ସୂଚନା ଓ ଲୋକସଂପର୍କ ବିଭାଗର କର୍ମଚାରୀ ହରେକୃଷ୍ଣ କିର୍ତ୍ତନିଆ ଏବଂ ରଞ୍ଜନ ମହାନ୍ତି ସହଯୋଗ କରିଥିଲେ। ଏହି ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ସ୍ତରୀୟ ଗାନ୍ଧୀ ଜୟନ୍ତୀ କାର୍ଯ୍ୟକ୍ରମରେ ପୁରସ୍କାର ଓ ମାନପତ୍ର ପ୍ରଦାନ କରାଯିବ।
ଜିଲ୍ଲା ରେଡକ୍ରସ ସୋସାଇଟି ପକ୍ଷରୁ ରକ୍ତଦାନ ଶିବିର।
ମାଲକାନଗିରି(କ୍ରୋନିକ ଓଡ଼ିଶା)ରକ୍ତ ଦାନ ଏକ ମହତ ଦାନ। ରକ୍ତ ଅଭାବ କାରଣରୁ ଚିକିତ୍ସାଧିନ ଅବସ୍ଥାରେ ଅନେକ ଲୋକଙ୍କ ଜୀବନ ଚାଲି ଯାଇଥାଏ। ରକ୍ତ ଦାନ କରିବା ଦ୍ୱାରା ଅନେକ ଲୋକଙ୍କ ଜୀବନ ବଞ୍ଚି ପାରିବ । ଏସବୁକୁ ଦୃଷ୍ଟିରେ ରଖି ମାଲକାନଗିରି…