କ୍ଷୁଦ୍ର ଜଳସେଚନ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା କ୍ଷୁଦ୍ର ଜଳସେଚନ ବିଭାଗ ପକ୍ଷରୁ ଏମଭି ୮୩ ଠାରେ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳିତ ହୋଇଯାଇଛି। ଆଜିର ଏହି କାର୍ଯ୍ୟକ୍ରମରେ ମାଲକାନଗିରି କ୍ଷୁଦ୍ର ଜଳସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଇଂ ନିହାର ରଞ୍ଜନ ବେହେରା ସଭାପତିତ୍ଵ କରିଥିବା ବେଳେ ବ୍ଲକ ଅଧ୍ୟକ୍ଷା ଗୌରୀ ପଡ଼ିଆମି ମୁଖ୍ୟ ଅତିଥି ଭାବେ ମଞ୍ଚାସୀନ ରହିବା ସହ କୃଷକ ବନ୍ଧୁଙ୍କୁ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ। କ୍ଷୁଦ୍ର ଜଳସେଚନ ବିଭାଜନ ସ୍ତରୀୟ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ବିକାଶ ନିମନ୍ତେ ଅଧିକ୍ଷଣ ଯନ୍ତ୍ରୀଙ୍କୁ ଶ୍ରୀ ବେହେରାଙ୍କୁ ସୂଚାଇଥିଲେ।ଏହି ଅବସରରେ ମୁଖ୍ୟବକ୍ତା ଭାବେ ବିଧାୟକ ପ୍ରତିନିଧି ଅଶୋକ ବୈଦ୍ୟ ଯୋଗ ଦେଇ ମାଲକାନଗିରି ପାଣି ପଞ୍ଚାୟତର ଉଦ୍ଦେଶ୍ୟ,ଆଭିମୁଖ୍ୟ ଉପରେ ଗୁରୁତ୍ୱ ଆରୋପ କରିବା ସହ ଏହାକୁ ସୁଦୃଢ କରିବା ପାଇଁ କୃଷକ ମାନଙ୍କ ଭୂମିକା ବିଷୟରେ କୃଷକ ଭାଇ ମାନଙ୍କୁ କହିଥିଲେ। ସମ୍ମାନୀତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ସୁନାଧର ମାଡକାମି ଓ ଜିଲ୍ଲା ପରିଷଦ ସଭ୍ୟା କୁନି ଭୂମିଆ ପ୍ରମୁଖ ଯୋଗ ଦେଇ ପାଣି ପଞ୍ଚାୟତ ପକ୍ଷ ପାଳନର ବିଶେଷତ୍ଵ ଓ ଗୁରୁତ୍ୱପୂର୍ଣ୍ଣ ବିନ୍ଦୁ ଉପରେ ଆଲୋକପାତ କରିଥିଲେ। ଉପସ୍ଥିତ ଅତିଥି ଗଣ ଏବଂ ସମସ୍ତ ପାଣି ପଞ୍ଚାୟତର ସଭ୍ୟ ସଭ୍ୟା ମାନଙ୍କୁ ପାଣି ପରିଚାଳନାର ସହିତ ଜଳବାୟୁକୁ ଦୃଷ୍ଟିରେ ରଖି ବିଭିନ୍ନ ଚାଷ କରିବାର ଉପକାରିତା ସମ୍ପର୍କରେ ବୁଝାଇଥିଲେ। ମଞ୍ଚସ୍ଥ ଅତିଥିଙ୍କ ଦ୍ବାରା ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପ୍ରତିଯୋଗିତାରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ପରିଶେଷରେ କ୍ଷୁଦ୍ର ଜଳସେଚନ ବିଭାଜନ ବିଭାଗର ନିର୍ବାହୀ ଯନ୍ତ୍ରୀ ନିହାର ରଞ୍ଜନ ବେହେରା ଉପସ୍ଥିତ ସମସ୍ତ ଅତିଥି ଏବଂ କୃଷକ ବନ୍ଧୁଙ୍କୁ ଧନ୍ୟବାଦ ଅର୍ପଣ କରିବା ସହ ସଭା ସମାପନ କରିଥିଲେ ।

  • Related Posts

    ସାହସିକତାର ଏକ ଉଦାହରଣ: କାରେଗୁଟ୍ଟା ଅପରେସନରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସାଗର ବୋରାଡେ ହରାଇଲେ ବାମ ଗୋଡ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)କାରେଗୁଟ୍ଟା ଅପରେସନ୍ ମଧ୍ୟରେ ଯେତେବେଳେ ଜଣେ ସାଥି ଯବାନ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଗୁରୁତର ଆହତ ହୋଇଥିଲେ ସେତେବେଳେ ସାଗର ବୋରାଡେ କମାଣ୍ଡାଣ୍ଟଙ୍କ ନିର୍ଦ୍ଦେଶକୁ ଖାତିର ନକରି ଆହତ ଯବାନଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ ଚେଷ୍ଟା କରୁଥିବା ସମୟରେ ଆଉ…

    ନକ୍ସଲପନ୍ଥିଙ୍କ ଶ୍ମଶାନ ପାଲଟିଲା କରେଗୁଟ୍ଟା ପାହାଡ – ଯବାନଙ୍କ ଜୋରଦାର ଆକ୍ରମଣ ; ୨୦ ରୁ ଉର୍ଦ୍ଧ୍ୱ ନକ୍ସଲ ନିପାତ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ଜିଲ୍ଲା ଏବଂ ତେଲେଙ୍ଗାନା ସୀମାବର୍ତ୍ତି କରେଗୁଟ୍ଟା ପାହାଡ଼ରେ ଚାଲିଥିବା ବୃହତ୍ତର ନକ୍ସଲ ଅପରେସନର ୧୬ତମ ଦିନରେ ସୁରକ୍ଷା ବାହିନୀ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ସଫଳତା ହାସଲ କରିଛି। ବୁଧବାର ସକାଳେ ହୋଇଥିବା…

    Leave a Reply

    Your email address will not be published. Required fields are marked *

    You cannot copy content of this page