ଭାରତୀୟ ରିଜର୍ଭ ବ୍ୟାଙ୍କ ତରଫରୁ ଏକଦିବସୀୟ ଆଲୋଚନାଚକ୍ର।

ମାଲକାନଗିରି(କ୍ରୋନିକ ଓଡ଼ିଶା)ପି.ଏମ୍.ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟ, ମାଲକାନଗିରି ଠାରେ ଭାରତୀୟ ରିଜର୍ଭ ବ୍ୟାଙ୍କ ତରଫରୁ ଗୋଟିଏ ଏକ ଦିବସୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି l ଭାରତୀୟ ରିଜର୍ଭ ବ୍ୟାଙ୍କର ୯୦ବର୍ଷ ପୂର୍ତ୍ତି ଅବସରରେ ଏହି କାର୍ଯ୍ୟକ୍ରମଟିର ଆୟୋଜନ କରାଯାଇଥିଲା l “ଜାନକାରି ବନାୟିଏ-ସତର୍କ ରହିଏ” ଏହି ନାରାକୁ ଦେଇ ଛାତ୍ରଛାତ୍ରୀଙ୍କ ଭଳି କୋମଳ ବୟସରୁ ପିଲାମାନେ କିପରି ଆର୍ଥିକ ସ୍ଥିତିକୁ ସୁଦୃଢ କରିବେ ସେଥିପାଇଁ ସଞ୍ଚୟ ବିନିଯୋଗ ଆଦି ବହୁ ବିଷୟ ଉପରେ ଆଲୋଚନା କରାଯାଇଥିଲା l କାର୍ଯ୍ୟକ୍ରମଟିରେ ଦୁଇ ଶହ ରୁ ଅଧିକ ଛାତ୍ର ଛାତ୍ରୀ ଅଂଶ ଗ୍ରହଣ କରି ସଞ୍ଚୟ ବିନିଯୋଗ ଆଦି ବହୁ ଦିଗରେ ଜ୍ଞାନ ଲାଭ କରି ଆନନ୍ଦିତ ହୋଇଥିଲେ l ଜବାହର ନବୋଦୟ ବିଦ୍ୟାଳୟ, ମାଲକାନଗିରି, ଅଧ୍ୟକ୍ଷ, ଶ୍ରୀ ଅରବିନ୍ଦ ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମଟିରେ ମୁଖ୍ୟ ଅତିଥି ରୂପେ ଭାରତୀୟ ରିଜର୍ଭ ବ୍ୟାଙ୍କ ଭୁବନେଶ୍ୱରରୁ ଆଗତ ଶ୍ରୀ ନୀଳାଞ୍ଚଳ ସୁବୁଦ୍ଧି, ମୁଖ୍ୟବକ୍ତା ରୂପେ ଶ୍ରୀ ଚକ୍ରଧର ନାଏକ (ଏଲ୍.ଡି.ମ୍ ,ଏସ୍.ବି. ଆଇ, ମାଲକାନଗିରି ), ସମ୍ମାନିତ ଅତିଥି ରୂପେ ହୀରାନାଥ ପଣ୍ଡା (ଏଫ୍.ଏଲ୍.ସି, ଏସ୍.ବି.ଆଇ, ମାଲକାନଗିରି ) ଏବଂ ମାଲକାନଗିରି ମହାବିଦ୍ୟାଳୟର ବାଣିଜ୍ୟ ବିଭାଗର ମୁଖ୍ୟ ଅଧ୍ୟାପକ ଡ଼ଃ. ରଞ୍ଜନ କୁମାର ସ୍ବାଇଁ ଯୋଗଦେଇଥିଲେ l ବିଦ୍ୟାଳୟର ଇଂରାଜୀ ଶିକ୍ଷିକା ଅନ୍ଵେଷା ଭରଦ୍ୱାଜ କାର୍ଯ୍ୟକ୍ରମଟିରେ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ଓ ବିଦ୍ୟାଳୟର କଳା ଶିକ୍ଷିକା ଧନ୍ୟବାଦ ଅର୍ପଣ କରିଥିଲେ l ପରିଶେଷରେ କର୍ମକର୍ତ୍ତାଙ୍କ ତରଫରୁ ପିଲାମାନଙ୍କୁ ନୋଟବୁକ୍,ପେନ୍ ଓ ଜଳଖିଆ ପ୍ୟାକେଟ୍ ପ୍ରଦାନ କରାଯାଇଥିଲା l

  • Related Posts

    ସାହସିକତାର ଏକ ଉଦାହରଣ: କାରେଗୁଟ୍ଟା ଅପରେସନରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସାଗର ବୋରାଡେ ହରାଇଲେ ବାମ ଗୋଡ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)କାରେଗୁଟ୍ଟା ଅପରେସନ୍ ମଧ୍ୟରେ ଯେତେବେଳେ ଜଣେ ସାଥି ଯବାନ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଗୁରୁତର ଆହତ ହୋଇଥିଲେ ସେତେବେଳେ ସାଗର ବୋରାଡେ କମାଣ୍ଡାଣ୍ଟଙ୍କ ନିର୍ଦ୍ଦେଶକୁ ଖାତିର ନକରି ଆହତ ଯବାନଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ ଚେଷ୍ଟା କରୁଥିବା ସମୟରେ ଆଉ…

    ନକ୍ସଲପନ୍ଥିଙ୍କ ଶ୍ମଶାନ ପାଲଟିଲା କରେଗୁଟ୍ଟା ପାହାଡ – ଯବାନଙ୍କ ଜୋରଦାର ଆକ୍ରମଣ ; ୨୦ ରୁ ଉର୍ଦ୍ଧ୍ୱ ନକ୍ସଲ ନିପାତ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ଜିଲ୍ଲା ଏବଂ ତେଲେଙ୍ଗାନା ସୀମାବର୍ତ୍ତି କରେଗୁଟ୍ଟା ପାହାଡ଼ରେ ଚାଲିଥିବା ବୃହତ୍ତର ନକ୍ସଲ ଅପରେସନର ୧୬ତମ ଦିନରେ ସୁରକ୍ଷା ବାହିନୀ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ସଫଳତା ହାସଲ କରିଛି। ବୁଧବାର ସକାଳେ ହୋଇଥିବା…

    Leave a Reply

    Your email address will not be published. Required fields are marked *

    You cannot copy content of this page