ନିର୍ମାଣ ଶ୍ରମିକ ହିତାଧିକାରୀଙ୍କୁ ପରିଚୟ ପତ୍ର ଓ ସହାୟତା ବିତରଣ।

ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ଓଡିଶା କୋଠା ବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ ଅଧୀନରେ ମାଲକାନଗିରି ଜିଲ୍ଲା ପ୍ରଶାସନ ଓ ପ୍ରଭାଗୀୟ ଶ୍ରମ ଆୟୁକ୍ତ କାର୍ଯ୍ୟାଳୟ, ମାଲକାନଗିରି ମିଳିତ ଆନୁକୂଲ୍ୟରେ ହିତାଧିକାରୀଙ୍କୁ ପରିଚୟ ପତ୍ର ଏବଂ ବିଭିନ୍ନ ସହାୟତା ବିତରଣ କାର୍ଯ୍ୟକ୍ରମ ମାଥିଲି ସ୍ଥିତ ସହିଦ ଲକ୍ଷ୍ମଣ ନାୟକ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ସମୁଦାୟ ୧୩୮ ଜଣ ନିର୍ମାଣ ଶ୍ରମିକ ହିତାଧିକାରୀଙ୍କୁ ୬୩ ଲକ୍ଷ ୭୯ ହଜାର ୨୦୦ ଟଙ୍କା ଅର୍ଥ ରାଶିର ସହାୟତା ବିତରଣ କରାଯାଇଛି।ଏହି କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଭାବରେ ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ, ସମ୍ମାନୀତ ଅତିଥି ଭାବେ ପଞ୍ଚlୟତ ସମିତି ଅଧକ୍ଷ ମହେଶ ବାକl, ଜୋନ ୧ ଜିଲ୍ଲା ପରିଷଦ ସଦସ୍ୟ ଲଷ୍ମୀପ୍ରିୟା ନାୟକ ଏବଂ ଜୋନ ୨ ସଦସ୍ୟ ସସ୍ମିତା ମାଝୀ ଏବଂ ସାଂସଦ ପ୍ରତିନିଧି ସନ୍ତୋଷିନୀ ପାତ୍ର, ଆଇଆଇସି ଦେବଦତ ମଲ୍ଲିକ, ସରପଞ୍ଚ କାନମରଜ, ସମିତି ସଭ୍ୟ ବାଲ ରାଜୁ କୋପେ, ସମାଜ ସେବୀ ସ୍ମୃତି ରଞ୍ଜନ ପାଢ଼ୀ ଯୋଗ ଦେଇଥିଲେ।କାର୍ଯ୍ୟକ୍ରମକୁ ପ୍ରଭାଗୀୟ ଶ୍ରମ ଆୟୁକ୍ତ ପ୍ରସନ୍ନ କୁମାର ପାଣିଗ୍ରାହୀ ପରିଚାଳନା କରିଥିଲେ ଏବଂ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ଼ ଅଧୀନରେ ପଞ୍ଜିକରଣ, ନବୀକରଣ ଏବଂ ବିଭିନ୍ନ ସହାୟତା ପାଇଁ ଅନଲାଇନ ଆବେଦନ ସମ୍ପର୍କ ରେ ବୁଝାଇଥିଲେ। ସହକାରୀ ଶ୍ରମ ଅଧିକାରୀ ପୁର୍ଣିମା ଡୁରୁକା ଧନ୍ୟବାଦ ଅର୍ପଣ କରିଥିଲେ।ସେହିପରି ନୂତନ ଭାବରେ ପଞ୍ଜିକୃତ ହୋଇଥିବା ୩୦୦ ଜଣ ନିର୍ମାଣ ଶ୍ରମିକଙ୍କୁ ପରିଚୟପତ୍ର ବିତରଣ କରାଯାଇଥିଲା ଏବଂ ଓଡିଶା ଅଣ ସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ଼ ତରଫରୁ ୨୦୦ ଜଣଙ୍କୁ ପରିଚୟ ପତ୍ର ବିତରଣ କରାଯାଇଥିଲା।କାର୍ଯ୍ୟକ୍ରମକୁ ସୂଚାରୁରୂପେ ସମ୍ପାଦନ କରିବା ନିମନ୍ତେ ପ୍ରଭାଗୀୟ ଶ୍ରମ କାର୍ଯ୍ୟାଳୟର କର୍ମଚାରୀ ଚିନ୍ମୟ ରାଉତରାୟ, ରାଧାରମଣ ପଣ୍ଡା ଓ ବିଜୟlନନ୍ଦ ପଣ୍ଡା ପ୍ରମୁଖ ସହଯୋଗ କରିଥିଲେ।

  • Related Posts

    ସାହସିକତାର ଏକ ଉଦାହରଣ: କାରେଗୁଟ୍ଟା ଅପରେସନରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସାଗର ବୋରାଡେ ହରାଇଲେ ବାମ ଗୋଡ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)କାରେଗୁଟ୍ଟା ଅପରେସନ୍ ମଧ୍ୟରେ ଯେତେବେଳେ ଜଣେ ସାଥି ଯବାନ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଗୁରୁତର ଆହତ ହୋଇଥିଲେ ସେତେବେଳେ ସାଗର ବୋରାଡେ କମାଣ୍ଡାଣ୍ଟଙ୍କ ନିର୍ଦ୍ଦେଶକୁ ଖାତିର ନକରି ଆହତ ଯବାନଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ ଚେଷ୍ଟା କରୁଥିବା ସମୟରେ ଆଉ…

    ନକ୍ସଲପନ୍ଥିଙ୍କ ଶ୍ମଶାନ ପାଲଟିଲା କରେଗୁଟ୍ଟା ପାହାଡ – ଯବାନଙ୍କ ଜୋରଦାର ଆକ୍ରମଣ ; ୨୦ ରୁ ଉର୍ଦ୍ଧ୍ୱ ନକ୍ସଲ ନିପାତ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ଜିଲ୍ଲା ଏବଂ ତେଲେଙ୍ଗାନା ସୀମାବର୍ତ୍ତି କରେଗୁଟ୍ଟା ପାହାଡ଼ରେ ଚାଲିଥିବା ବୃହତ୍ତର ନକ୍ସଲ ଅପରେସନର ୧୬ତମ ଦିନରେ ସୁରକ୍ଷା ବାହିନୀ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ସଫଳତା ହାସଲ କରିଛି। ବୁଧବାର ସକାଳେ ହୋଇଥିବା…

    Leave a Reply

    Your email address will not be published. Required fields are marked *

    You cannot copy content of this page