ମାଲକାନଗିରିରେ ସୁଭଦ୍ରା ଦ୍ଵିତୀୟ କିସ୍ତି ପାଇଲେ ୧,୩୪,୬୧୦ ମହିଳା।

ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ଜିଲ୍ଲା ପ୍ରଶାସନ ପକ୍ଷରୁ ମାଲ୍ୟବନ୍ତ ଛାତ୍ରାବାସ ପରିସରରେ ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ମାଲକାନଗିରି ବିଧାୟକ ନରସିଂହ ମାଡକାମୀ ଯୋଗ ଦେଇଥିବା ବେଳେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଏପିଡି ଆଡମିନ ରାମଚନ୍ଦ୍ର ଖଡ଼ିଆ ଓ ଉପ ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ ଉପସ୍ଥିତ ଥିଲେ। ରାଜ୍ୟ ସରକାରଙ୍କ ଏହି ଯୋଜନା ଦ୍ଵାରା ମାତୃଶକ୍ତିଙ୍କ ବିକାଶ ହୋଇପାରିଛି ଓ ସେମାନଙ୍କୁ ଆର୍ଥିକ ଭାବେ ସ୍ବାବଲମ୍ବୀ କରିବାରେ ଏହା ସହାୟକ ହୋଇପାରିଛି ବୋଲି ବିଧାୟକ ମତବ୍ୟକ୍ତ କରିଥିଲେ। ସେହିପରି ଜିଲ୍ଲାରେ ୧୪୯୧୫୩ ଜଣ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଥିବା ବେଳେ ୧୩୬୯୩୩ ଜଣ ଏଥିରେ ଯୋଗ୍ୟ ବିବେଚିତ ହୋଇଛନ୍ତି। ଆଜି ସୁଦ୍ଧା ୧୩୪୬୧୦ ଜଣ ମହିଳା ସୁଭଦ୍ରା ଯୋଜନାରେ ଆର୍ଥିକ ରାଶି ପାଇଛନ୍ତି ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଠାରେ ସୁଭଦ୍ରା ଦ୍ଵିତୀୟ କିସ୍ତି ପ୍ରଦାନ କାର୍ଯ୍ୟକ୍ରମରେ ଯୋଗ ଦେଇ ଏହାକୁ ଉଦଘାଟନ କରିଛନ୍ତି। ଆନ୍ତର୍ଜାତିକ ମହିଳା ଦିବସ ପାଳନ ଅବସରରେ ଏହି ଅର୍ଥ ରାଶି ପ୍ରଦାନ କରାଯାଇଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ମାଆ ଏବଂ ବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗୀତା ଆୟୋଜନ କରାଯାଇ ସେମାନଙ୍କୁ ପୁରସ୍କୃତ କରାଯାଇଥିଲା। ଆଜି ଦୁଇ ହଜାରରୁ ଅଧିକ ମାଆ ରାଜ୍ୟ ସ୍ତରରେ ଆଭାସି ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ତେରେସ୍କଭା ମଲ୍ଲିକଙ୍କ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ଅନ୍ୟ ମାନଙ୍କ ମଧ୍ୟରେ ସଦର ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜିଲ୍ଲା ଖାଦ୍ୟ ଯୋଗାଣ ଅଧିକାରୀ ଓ ଅନ୍ୟାନ୍ୟ ଅଧିକାରୀ କର୍ମଚାରୀ ଉପସ୍ଥିତ ଥିଲେ। ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

  • Related Posts

    ସାହସିକତାର ଏକ ଉଦାହରଣ: କାରେଗୁଟ୍ଟା ଅପରେସନରେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସାଗର ବୋରାଡେ ହରାଇଲେ ବାମ ଗୋଡ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)କାରେଗୁଟ୍ଟା ଅପରେସନ୍ ମଧ୍ୟରେ ଯେତେବେଳେ ଜଣେ ସାଥି ଯବାନ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଗୁରୁତର ଆହତ ହୋଇଥିଲେ ସେତେବେଳେ ସାଗର ବୋରାଡେ କମାଣ୍ଡାଣ୍ଟଙ୍କ ନିର୍ଦ୍ଦେଶକୁ ଖାତିର ନକରି ଆହତ ଯବାନଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ ଚେଷ୍ଟା କରୁଥିବା ସମୟରେ ଆଉ…

    ନକ୍ସଲପନ୍ଥିଙ୍କ ଶ୍ମଶାନ ପାଲଟିଲା କରେଗୁଟ୍ଟା ପାହାଡ – ଯବାନଙ୍କ ଜୋରଦାର ଆକ୍ରମଣ ; ୨୦ ରୁ ଉର୍ଦ୍ଧ୍ୱ ନକ୍ସଲ ନିପାତ।

    ମାଲକାନଗିରି:ନିରଞ୍ଜନ ମଲ୍ଲ(କ୍ରୋନିକ ଓଡ଼ିଶା)ମାଲକାନଗିରି ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ଜିଲ୍ଲା ଏବଂ ତେଲେଙ୍ଗାନା ସୀମାବର୍ତ୍ତି କରେଗୁଟ୍ଟା ପାହାଡ଼ରେ ଚାଲିଥିବା ବୃହତ୍ତର ନକ୍ସଲ ଅପରେସନର ୧୬ତମ ଦିନରେ ସୁରକ୍ଷା ବାହିନୀ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ସଫଳତା ହାସଲ କରିଛି। ବୁଧବାର ସକାଳେ ହୋଇଥିବା…

    Leave a Reply

    Your email address will not be published. Required fields are marked *

    You cannot copy content of this page