ମାଲକାନଗିରି ଜିଲ୍ଲାରେ ସୁଭଦ୍ରା ରଥର ଶୁଭାରମ୍ଭ।

ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସୁଭଦ୍ରା ରଥକୁ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ଶୁଭାରମ୍ଭ କରିଛନ୍ତି। ଏହି ରଥ ସୁଭଦ୍ରା ଯୋଜନା ସମ୍ପର୍କରେ ଲୋକଙ୍କୁ ସଚେତନ କରିବା ପାଇଁ ସେପ୍ଟେମ୍ବର ୭ ରୁ ୧୬ ତାରିଖ ପର୍ଯ୍ୟନ୍ତ ଏହି ରଥ ଜିଲ୍ଲା ବ୍ୟାପି ବୁଲିବାର ବ୍ୟବସ୍ଥା ରହିଛି।ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହେବ। ଏହି ରଥ ସଦର ମହକୁମା ଠାରୁ ଗାଁ ସାହି ଏବଂ ବସ୍ତି ପର୍ଯ୍ୟନ୍ତ ଚାରିଆଡେ ବୁଲି ବୁଲି ଯୋଜନା ବିଷୟରେ ଲୋକଙ୍କୁ ସଚେତନ କରିବା ସହିତ ଉପଯୁକ୍ତ ତଥ୍ୟ ପ୍ରଦାନ କରିବ। ଆଞ୍ଚଳିକ ଭାଷାଭିତ୍ତିକ ନାଚ ଗୀତ ମାଧ୍ୟମରେ ସୁଭଦ୍ରା ଯୋଜନା ସମ୍ପର୍କରେ କହିବା ସହ କିପରି ସୁଭଦ୍ରା ଯୋଜନାରୁ ଲାଭ ଉଠାଇ ପାରିବେ ସବିଶେଷ ବିବରଣୀ ଦିଆଯିବ।ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ନରେଶ ଚନ୍ଦ୍ର ଶବର, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ତେରେସ୍କଭା ମଲ୍ଲିକ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ , ଜିଲ୍ଲା ବିତ୍ତ ପରିଚାଳକ, ମାନସ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ସମାଜ ମଙ୍ଗଳ ବିଭାଗର କର୍ମଚାରୀ,ସ୍ଵୟଂ ସହାୟକ ଗୋଷ୍ଠୀର ମହିଳା ଓ ମିଶନ ଶକ୍ତିର ସଦସ୍ୟାମାନେ ଉପସ୍ଥିତ ଥିଲେ।

  • Related Posts

    ଜିଲ୍ଲା ରେଡକ୍ରସ ସୋସାଇଟି ପକ୍ଷରୁ ରକ୍ତଦାନ ଶିବିର।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ରକ୍ତ ଦାନ ଏକ ମହତ ଦାନ। ରକ୍ତ ଅଭାବ କାରଣରୁ ଚିକିତ୍ସାଧିନ ଅବସ୍ଥାରେ ଅନେକ ଲୋକଙ୍କ ଜୀବନ ଚାଲି ଯାଇଥାଏ। ରକ୍ତ ଦାନ କରିବା ଦ୍ୱାରା ଅନେକ ଲୋକଙ୍କ ଜୀବନ ବଞ୍ଚି ପାରିବ । ଏସବୁକୁ ଦୃଷ୍ଟିରେ ରଖି ମାଲକାନଗିରି…

    ଏକ ଦିବସୀୟ ପଦାର୍ଥ ବିଜ୍ଞାନ ଆଲୋଚନା ଚକ୍ର ଆୟୋଜିତ।

    ମାଲକାନଗିରି(କ୍ରୋନିକ ଓଡ଼ିଶା)ମାଲକାନଗିରି ଜିଲ୍ଲା ଆଦର୍ଶ ସ୍ନାତକ ମହାବିଦ୍ୟାଳୟରେ ପଦାର୍ଥ ବିଜ୍ଞାନ ବିଭାଗରେ ଏକ ଦିବସୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ଡକ୍ଟର ଆଲୋକ କୁମାର ପାତ୍ରଙ୍କ ସଭାପତିତ୍ଵରେ ଆୟୋଜିତ ଏହି ଆଲୋଚନା ଚକ୍ରରେ ପାରେଳାଖେମୁଣ୍ଡିର ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ…

    Leave a Reply

    Your email address will not be published. Required fields are marked *

    You cannot copy content of this page